ପୁରୀ : ଆଜି ମହାପ୍ରଭୁଙ୍କୁ ଦିଆଯିବ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନିମନ୍ତ୍ରଣ ପତ୍ର । ମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯିବ ନିମନ୍ତ୍ରଣ ପତ୍ର । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପରିଚାଳନା କମିଟି ସଦସ୍ୟ ଉପସ୍ଥିତ ରହିବେ । ଜାନୁଆରୀ ୧୭ରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ମହାପ୍ରଭୁଙ୍କ ଶ୍ରୀଚରଣରେ ଅର୍ପଣ ହେବ । ଯଜମାନ ଭାବେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞର ପୂର୍ଣ୍ଣାହୁତି ଦେବେ । ଏଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିଷ୍ଠା ଉତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆସନ୍ତାକାଲି ଠାରୁ ନିମନ୍ତ୍ରଣ ପତ୍ର ବଣ୍ଟନ ହେବ । ନିମନ୍ତ୍ରଣ ପତ୍ର ସହ ଏକ ସ୍ୱତନ୍ତ୍ର କିଟ୍ ମଧ୍ୟ ପ୍ରଦାନ କରାଯିବ । ଓଡ଼ିଆ, ଇଂରାଜୀ ଓ ହିନ୍ଦୀ ତିନୋଟି ଭାଷାରେ ରହିବ । ଏଥିରେ ପରିକ୍ରମା ପ୍ରକଳ୍ପକୁ ତଥ୍ୟ ରହିବ । ବିଭିନ୍ନ ଧାର୍ମିକ ଅନୁଷ୍ଠାନକୁ ଏହି ନିମନ୍ତ୍ରଣ ପତ୍ର ପଠାଯିବ । ଏଥିପାଇଁ ଜିଲ୍ଲାୱାରି ତାଲିକା ପ୍ରସ୍ତୁତ ହୋଇଛି । ଯେଉଁଥିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ୭୪୬ଟି ଜଗନ୍ନାଥ ମନ୍ଦିର, ୧୧୧ଟି ଅନ୍ୟ ମନ୍ଦିରକୁ ନିମନ୍ତ୍ରଣ ପତ୍ର ପଠାଯିବ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପ୍ରଥମେ ମହାପ୍ରଭୁଙ୍କୁ ନିମନ୍ତ୍ରଣ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











