ଭୁବନେଶ୍ୱର : ଓଡିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନେ୍ଦାଳନ ଜାରି । ତୃତୀୟ ଦିନରେ ପହଁଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ପେଟ୍ରୋଲଠାରୁ ଆରମ୍ଭ କରି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଏକପ୍ରକାର ଠପ । ଘରୋଇ ବସ ଚଳାଚଳ କରୁ ନ ଥିବାରୁ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାଜ୍ୟରେ ଡ୍ରାଇଭର ମହାସଂଘ ତିନି ଦିନ ହେଲା ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛନ୍ତି । ଆଜି ତୃତୀୟ ଦିନ ପାଇଁ ଆନ୍ଦୋଳନ ଚାଲିଛି । ଲୋକେ ନାହିଁ ନଥିବା ହଇରାଣ ହେଉଛନ୍ତି । ବିଭିନ୍ନ ସ୍ଥାନରେ ଦୂର ଦୂରାନ୍ତକୁ ଯିବାକୁ ଥିବା ଯାତ୍ରୀ ଅଟକି ରହିଛନ୍ତି । ଜରୁରୀ କାମ ଥିଲେ ବି ଯାଇ ପାରୁ ନାହାନ୍ତି । ଏଣେ ଦାବି ପୂରଣ ନେଇ ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ମିଳିବା ପରେ ଡ୍ରାଇଭର ଆନ୍ଦୋଳନରୁ ହଟିବ ବୋଲି କହିଛି ମହାସଂଘ । ଜନସାଧାରଣଙ୍କୁ ହଇରାଣ କରିବା ଆମ ଉଦ୍ଦେଶ୍ୟ ନୁହେଁ ବୋଲି କହିଛନ୍ତି ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି । ୭ ଦଫା ଦାବି ପୂରଣ ନେଇ ଡ୍ରାଇଭର ମହାସଂଘ ସହ ମଙ୍ଗଳବାର ୪ ଘଣ୍ଟା ଧରି ଆଲୋଚନା କରିଥିଲେ ପରିବହନ ମନ୍ତ୍ରୀ ।
ଷ୍ଟିଅରିଂ ଛାଡ ଆନ୍ଦୋଳନ ଜାରି,ପରିବହନ ଠପ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...