ଭୁବନେଶ୍ୱର : ସକାଳୁ ସକାଳୁ ଗୁଳୁଗୁଳି ସହ ବଢିଲାଣି ତାତି । ସାଢେ ୮ଟା ସୁଦ୍ଧା ୩୪ ଡିଗ୍ରୀ ଟପିଲା ପୁରୀ ତାପମାତ୍ରା ।ପୁରୀରେ ସର୍ବାଧିକ ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ । ଚାନ୍ଦବାଲି ୩୨.୮ ଓ ଭୁବନେଶ୍ୱର ୩୨ ଡିଗ୍ରୀ ତାପମାତ୍ରା ରେକର୍ଡ । ଗୋପାଳପୁର ଓ ପାରାଦୀପ ୩୧.୮ ଡିଗ୍ରୀ ଲେଖାଏଁ ରେକର୍ଡ । ଆଗାମୀ ତିନି ଦିନ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ରହିବ । ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ବିଶେଷକରି ଉପକୂଳ ଓଡ଼ିଶାରେ ଗରମ ଓ ଆର୍ଦ୍ରତା ପାଇଁ ୱାର୍ଣ୍ଣିଂ ଜାରି ହୋଇଛି ।
ଆଜି ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ରାଜ୍ୟର ଅନ୍ୟ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ବାଲେଶ୍ବର, ଭଦ୍ରକ, ଗଜପତି, ଜଗତସିଂହପୁର, ପୁରୀ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
Views: 45