ଭୁବନେଶ୍ୱର : ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ। ହିନ୍ଦୁ ପଞ୍ଚାଙ୍ଗ ଅନୁଯାୟୀ ଏହାକୁ ବସନ୍ତ ପଞ୍ଚମୀ ବୋଲି ମଧ୍ୟ କୁହାଯାଏ। ଧରାପୃଷ୍ଠକୁ ଧରାବତରଣ କରିଛନ୍ତି ବାଗଦେବୀ ସରସ୍ବତୀ । ମା’ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ । ସ୍କୁଲ, କଲେଜ ଓ ଅନ୍ୟାନ ଶିକ୍ଷାନୁଷ୍ଠାନରେ ମା’ଙ୍କର ସ୍ବତନ୍ତ୍ର ପୂଜା ହୋଇଛି। ବିଦ୍ୟା, ବୁଦ୍ଧିର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ୱତୀଙ୍କୁ ଆଜି ପୂଜା କରିଥାନ୍ତି ବିଦ୍ୟାର୍ଥୀ। ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ। ମା’ ବିଦ୍ୟାଦାୟିନୀ ହୋଇଥିବାରୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଭକ୍ତିର ସହ ପୂଜା କରୁଛନ୍ତି । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଏ। ବସନ୍ତ ଋତୁର ଆଗମନରେ ଧରା ପଲ୍ଲବିତ ହୁଏ। ସ୍ବେତ ମେଘଖଣ୍ଡ ଆକାଶରେ ଶୋଭାପାଏ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ୟ୍ୟାଳୟରେ ପୂଜା କରାଯାଏ । ସରସ୍ବତୀଙ୍କୁ ଜ୍ଞାନର ଦେବୀ କୁହାଯାଏ । ସେ ବିଦ୍ୟାଦେବୀ, ବୁଦ୍ଧି ସିଦ୍ଧି ଓ ମୁକ୍ତିବାତ୍ରୀ । ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ ମା’ ସରସ୍ବତୀ। ବାକ୍ୟର ଦେବୀ ବାଗଦେବୀ, ବାଣୀ, ଶାରଦା । ଏହି ଅବସରରେ ସବୁଠି ଧୁମଧାମରେ ମାଆଙ୍କର ପୂଜାର୍ଚ୍ଚନା କରାଯାଉଛି ।
ସବୁଠି ମାଆ ବିଦ୍ୟାଦାତ୍ରୀଙ୍କ ପୂଜାର୍ଚ୍ଚନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











