ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ସମସ୍ତ ସୀମାକୁ ସିଲ୍ କରାଯାଇଛି। ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସମ୍ବଲପୁର ସହରରେ ଘଟିଥିବା ବ୍ୟାପକ ହିଂସାକାଣ୍ଡକୁ ନିୟନ୍ତ୍ରଣ କରିବା ପାଇଁ ଆଉ ଏକ ବଡ଼ ପଦକ୍ଷେପ ନେଇଛି ପ୍ରଶାସନ। ସୀମା ସିଲ ନେଇ ଏସପି ବି ଗଙ୍ଗାଧର ସୂଚନା ଦେଇଛନ୍ତି। ଏଣେ ସ୍ଥିତିକୁ ଦେଖି ଅଧିକସଂଖ୍ୟକ ପୁଲିସ ଫୋର୍ସ ମୁତୟନ କରାଯାଇଛି। କର୍ଫ୍ୟୁ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି। ଅନ୍ୟପଟେ ଆଉ ୪୮ ଘଣ୍ଟା ଲାଗି ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୁଣି ଆଗାମୀ ୪୮ ଘଣ୍ଟା ପର୍ୟ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ କରିବା ପାଇଁ ସରକାରଙ୍କୁ ସୁପାରିସ କରାଯାଇଥିବା ନେଇ ଗତକାଲି ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଶୁକ୍ରବାର ମଧ୍ୟରାତ୍ରିରୁ ସମ୍ବଲପୁରରେ କର୍ଫ୍ୟୁ ଘୋଷଣା କରାଯାଇଛି। ରାତି ୧୨ଟାରୁ ଅନ୍ୟାଦେଶ ପର୍ୟ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି।
ସମ୍ବଲପୁର ସୀମା ସିଲ୍
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











