The Ultimate Managed Hosting Platform
ADVERTISEMENT

ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି

Facebook
Twitter
LinkedIn

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କା ବୃଦ୍ଧି ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କୁ ମିଳିବ ମାତୃତ୍ବ ଛୁଟି । ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୂରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏହାସହିତ ଅନ୍ୟ ସରକାରୀ କର୍ମଚାରୀଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login