ଭୁବନେଶ୍ୱର : ସାରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନେ୍ଦାଳନ । କଟକ ନେତାଜୀ ବସ ଟର୍ମିନାଲରେ ବସ ଚଳାଚଳ ବନ୍ଦ । ବସ ଚଳାଚଳ ବନ୍ଦ ଯୋଗୁଁ ଅପେକ୍ଷାରତ ଯାତ୍ରୀ ହନ୍ତସନ୍ତ । ହିଟ ଆଣ୍ଡ ରନ ପାଇଁ ନୂଆ ଆଇନକୁ ନେଇ ଡ୍ରାଇଭରଙ୍କ ଆନେ୍ଦାଳନ । କେନ୍ଦ୍ରୀୟ ଆଇନକୁ ବିରୋଧ ସହ ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ପୂରଣରେ ବିଫଳତାକୁ ଦାୟୀ କରି ଅନିର୍ଦ୍ଦିଷ୍ଟ କାଳ ଯାଏଁ ଆନ୍ଦୋଳନ କରୁଛି ଓଡ଼ିଶା ଡ୍ରାଇଭର ମହାସଂଘ । ଡ୍ରାଇଭର ମାନେ ଗାଡି ଛାଡି ଆନ୍ଦୋଳନରେ ସାମିଲ ହେଉଥିବା ବେଳେ ପରିବହନ ସେବା ସମ୍ପୂର୍ଣ୍ଣ ଠପ୍ ହେବାର ଆଶଙ୍କା ଦେଖାଦେଇଛି । ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀ ହେଉ ଅବା କଂଚାମାଲ ପରିବହନ ପଛରେ ଟ୍ରକ ପରିବହନର ଗୋଟିଏ ବଡ ଭୂମିକା ରହିଛି । ଷ୍ଟିଅରିଂ ଛାଡ ଆନ୍ଦୋଳନ ଯୋଗୁ ମାଲ ପରିବହନ ସେବା ବାଧାପ୍ରାପ୍ତ ହେବାର ଆଶଙ୍କା ଦେଖାଦେବା ସହ ଦରଦାମ ବୃଦ୍ଧି ହେବାର ଯଥେଷ୍ଟ ସମ୍ଭାବନା ରହିଛି ।
Views: 88











