କଟକ : କଟକ ସିଡିଏମଓର ସିନିୟର ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀ ଗିରଫ । ୧ କୋଟି ୨୪ ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଗତକାଲି ଫାର୍ମ ହାଉସ , ଘର ଓ ଅଫିସ ସମେତ ୫ଟି ସ୍ଥାନରେ ହୋଇଥିଲା ରେଡ । ଚଢାଉ ବେଳେ କଟକ ଯୋବ୍ରା ନୂଆ ସାହି ଘରୁ ଜବତ ହୋଇଥିଲା ୩ ଲକ୍ଷ ୩୦ ହଜାର ଟଙ୍କା । ଭିଜିଲାନ୍ସ ରେଡ ବେଳେ ତାଙ୍କର ଦୁଇଟି ବିଲ୍ଡିଂ ଏବଂ ୧୯ ମୂଲ୍ୟବାନ ପ୍ଲଟ ଠାବ ହୋଇଛି। କଟକ ସହର ଓ ଏହାର ଆଖପାଖରେ ରହିଛି ସବୁ ପ୍ଲଟ । ଚୌଦ୍ବାରର ପଳାଶିଆରେ ଅଢ଼େଇ ଏକର ଜମିରେ ବାବୁଙ୍କର ରହିଛି କୁକୁଡ଼ା ଫାର୍ମ ।
ସେହିପରି ନୂଆସାହିରେ ୨୫ଶହ ବର୍ଗଫୁଟରେ ଏକ ତିନି ମହଲା କୋଠା ରହିଛି । ବରିଷ୍ଠ ସହାୟକ କିଶୋର ସାହାଣୀଙ୍କ ଘରୁ ମିଳିଛି ନଗଦ ୩ ଲକ୍ଷ ୩୦ ହଜାର ଟଙ୍କା ଏବଂ ୧୩୫ ଗ୍ରାମ ସୁନା । ବିଭିନ୍ନ ବ୍ୟାଙ୍କ ଏବଂ ପୋଷ୍ଟାଲରେ ୫୫ ଲକ୍ଷ ୪୮ ହଜାର ଟଙ୍କା ଜମା ରହିଛି । ବାବୁଙ୍କର ଗୋଟିଏ ଚାରି ଚକିଆ ଓ ୩ଟି ଦୁଇ ଚକିଆ ଯାନ ଅଛି। ତାଙ୍କ ନାଁରେ ୧ କୋଟି ୨୪ ଲକ୍ଷ ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗ ଥିଲା । ଆୟ ବହିର୍ଭୂତ ସଂପୂତ୍ତି ଠୁଳ ଅଭିଯୋଗରେ କିଶୋରଙ୍କ ଲିଙ୍କ୍ ରେ ଏକକାଳୀନ ୫ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ।
ସିନିୟର ଆସିଷ୍ଟାଣ୍ଟ କିଶୋର ସାହାଣୀ ଗିରଫ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











