The Ultimate Managed Hosting Platform
ADVERTISEMENT

ସୁପ୍ରିମକୋର୍ଟଙ୍କୁ ରାଷ୍ଟ୍ରପତିଙ୍କ ୧୪ ପ୍ରଶ୍ନ

Facebook
Twitter
LinkedIn

ନୂଆଦିଲ୍ଲୀ : ଡେଡଲାଇନ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରାଷ୍ଟ୍ରପତିଙ୍କ ୧୪ ପ୍ରଶ୍ନ । ତାମିଲନାଡୁ ରାଜ୍ୟପାଳଙ୍କ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟକୁ ପ୍ରଶ୍ନ । ରାଜ୍ୟପାଳଙ୍କୁ ବିଲ ପାଇଁ ଦିଆଯାଇଥିବା ସୀମା କେତେ ଯର୍ଥାଥ ? ରାଜ୍ୟପାଳଙ୍କ ଇଚ୍ଛାଧୀନ ବ୍ୟାପାର ଉପରେ କୋର୍ଟ ହସ୍ତ କ୍ଷେପ କରିପାରିବେ କି ? ରାଜ୍ୟପାଳ ମନ୍ତ୍ରିପରିଷଦର ଉପଦେଶ ମାନିବାକୁ ବାଧ୍ୟ କି ? ରାଷ୍ଟ୍ରପତି ଓ ରାଜ୍ୟପାଳ ନେଉଥିବା ନିଷ୍ପତ୍ତି ଯୁକ୍ତି ଯୁତ୍ତ ବୋଲି ପୂର୍ବରୁ ଦର୍ଶାଇବାକୁ ପଡିବ କି ? ରାଷ୍ଟ୍ରପତି ସର୍ବୋଚ୍ଚ ଅଦାଲତଙ୍କୁ ଚିଠି ଲେଖି ରାଜ୍ୟପାଳମାନଙ୍କୁ ବିଲକୁ ଅନୁମୋଦନ କରିବାକୁ ସମୟସୀମା ଲାଗୁ କରାଯାଇପାରିବ କି ବୋଲି ପ୍ରଶ୍ନ କରିଛନ୍ତି । ସମ୍ବିଧାନର ଧାର ୧୪୩ ଆଧାରରେ ରାଷ୍ଟ୍ରପତି ସୁପ୍ରିମକୋର୍ଟକୁ ପ୍ରଶ୍ନ କରିଛନ୍ତି । ଏହି ଧାରା ମାଧ୍ୟମରେ ରାଷ୍ଟପ୍ରତି କୌଣସି ଆଇନଗତ ସମସ୍ୟା ଉପରେ କୋର୍ଟଙ୍କ ସହ ପରାମର୍ଶ କରିପାରିବେ । ଧାରା ୨୦୦ ଅନୁଯାୟୀ ଏକ ବିଲ୍ ଉପସ୍ଥାପନ କରାଯିବା ସମୟରେ ରାଜ୍ୟପାଳ ତାଙ୍କ ପାଖରେ ଉପଲବ୍ଧ ସମସ୍ତ ବିକଳ୍ପ ବ୍ୟବହାର କରିବା ସମୟରେ ମନ୍ତ୍ରୀ ପରିଷଦ ଦ୍ୱାରା ପ୍ରଦାନ କରାଯାଇଥିବା ପରାମର୍ଶରେ କ’ଣ ରାଜ୍ୟପାଳ ଆବଦ୍ଧ ବୋଲି ରାଷ୍ଟ୍ରପତି ସୁପ୍ରିମକୋର୍ଟଙ୍କୁ ପଚାରିଛନ୍ତି । ରାଷ୍ଟ୍ରପତି ପରାରିଛନ୍ତି ଜଣେ ରାଜ୍ୟପାଳଙ୍କ ସାମ୍ବିଧାନିକ ବିବେଚନାର ପ୍ରୟୋଗ କୋର୍ଟରେ ବିଚାର ସାପେକ୍ଷ କି ? ସେ ସମ୍ବିଧାନର ଧାରା ୩୬୧ ଉଦ୍ଧୃତ କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ରାଷ୍ଟ୍ରପତି କିମ୍ବା ରାଜ୍ୟପାଳ ପଦବୀର କ୍ଷମତା ଏବଂ କର୍ତ୍ତବ୍ୟ ପାଳନ ପାଇଁ କୌଣସି କୋର୍ଟଙ୍କ ନିକଟରେ ଉତ୍ତରଦାୟୀ ହେବେ ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login