ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ସୁଭଦ୍ରା ଯୋଜନା ସଂକ୍ରାନ୍ତରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିରେ ଶେଷ ପର୍ୟ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଆସିବ । ଆଉ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ । ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି । ୨୨ ପ୍ରତିଶତ କାମ ସମାଧାନ ହେଇସାରିଛି , ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ତେବେ ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କ ସମ୍ମୁଖରେ ବର୍ତ୍ତମାନ ପ୍ରବଳ ଭିଡ ରହୁଛି । ତେବେ ବ୍ୟାଙ୍କରେ ଅଯଥା ଭିଡ ନକରିବାକୁ କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ । ହିତାଧିକାରୀମାନେ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହାର ଆଧାର କାର୍ଡ ସହ ରାସନ୍ କାର୍ଡ ମ୍ୟାଚ୍ ନାହିଁ, ସେମାନେ ବ୍ୟାଙ୍କରେ ଆଧାର ଲିଙ୍କ କଲେ ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା । ଅନ୍ୟପଟେ ବଣ୍ଡା ଘାଟିରେ ସୁଭଦ୍ରା ଯୋଜନାରୁ ବଞ୍ଚିତ ମହିଳାଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ, ସେମାନଙ୍କୁ ଯୋଜନାରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।
ସୁଭଦ୍ରା ଯୋଜନାକୁ ନେଇ ବଡ ଖବର, ମାର୍ଚ୍ଚ ୭ ତାରିଖରେ ମିଳିବ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











