The Ultimate Managed Hosting Platform
ADVERTISEMENT

ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର । ଘନୂଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା । ଉତ୍ତର-ପଶ୍ଚିମକୁ ଗତି କରି ଉତ୍ତର ଓଡିଶା ମୁହାଁ ହେବା ସମ୍ଭାବନା । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ମୁହାଁଇବ । ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ହୋଇପାରେ । ସେହିପରି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login