ନୂଆଦିଲ୍ଲୀ : ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି।ମାର୍ଚ୍ଚ ୨୦ ରେ ଦୁଇ ଦିନିଆ ଗସ୍ତରେ ଫୁମିଓ ଭାରତ ଆସୁଛନ୍ତି । ମାର୍ଚ୍ଚ ୨୧ରେ ସେ ଜାପାନ ଫେରିଯିବେ । ତାଙ୍କର ଏହି ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି । ଫୁମିଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଭାରତ-ଜାପାନ ଶିଖର ସମ୍ମିଳନୀରେ ସାମିଲ୍ ହେବାକୁ ଯାଉଛନ୍ତି । ଉଭୟ ନେତା ପାରସ୍ପରିକ ସ୍ୱାର୍ଥ ସହ ଜଡିତ ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ବିସ୍ତୃତ ଭାବରେ ଆଲୋଚନା କରିବେ ।
ଭାରତ-ଜାପାନ କୂଟନୈତିକ ସମ୍ପର୍କ ଚଳିତ ବର୍ଷ ଏକ ନୂତନ ଶୀର୍ଷତାରେ ପହଞ୍ଚିବାକୁ ଯାଉଛି । ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କ ଭାରତ ଗସ୍ତକୁ ନେଇ ଏହି ଚର୍ଚ୍ଚା ହୋଇଛି। ମାର୍ଚ୍ଚ ୨୦ ସକାଳ ୮.୦୫ରେ ଫୁମିଓ କିଶିଦା ଭାରତ ମାଟିରେ ଅବତରଣ କରିବେ । ଏହା ପରେ ସେ ସକାଳ ୧୦.୪୫ ରେ ଦିଲ୍ଲୀରୁ ରାଜଘାଟ ଅଭିମୁଖେ ବାହାରିବେ ଏବଂ ସେଠାରେ ମାହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ଏହାର କିଛି ସମୟ ପରେ, ସକାଳ ପ୍ରାୟ ୧୧.୧୫ ସମୟରେ ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବେ । ଅପରାହ୍ନ ୧୨.୪୦ ରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ସେ ନିଜେ ହାଇଦ୍ରାବାଦ ହାଉସରେ ପ୍ରେସ ସାମ୍ନାରେ ନିଜର କଥା ରଖିବେ ।
ସୋମବାରଠୁ ୨ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...