ଭୁବନେଶ୍ୱର : ଆଜି ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି-୨୦୨୫ ପରୀକ୍ଷା ସ୍ଥଗିତ । ପେପର-୧ ଓ ପେପର-୨ ପରୀକ୍ଷା ସ୍ଥଗିତ ହେଲା । ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ସକାଳ ୯ ଟାରୁ ସାଢ଼େ ୧୧ ଟା ଯାଏ ପେପର-୧ ଓ ଦିନ ୨ ଟାରୁ ସାଢ଼େ ୪ ଟା ପର୍ୟ୍ୟନ୍ତ ପେପର-୨ ପରୀକ୍ଷା ହୋଇଥାନ୍ତା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଜଣ କାର୍ୟ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଦେଇଥାନ୍ତେ ।ପ୍ରଶ୍ନପତ୍ର ଛପାଯିବା ସ୍ଥାନରୁ ହିଁ ପ୍ରଶ୍ନପତ୍ର ଭାଇରାଲ ହୋଇଛି । ଏହି ପରୀକ୍ଷା ପୂର୍ବରୁ ସୋସିଆଲ୍ ମିଡିଆରେ ଓଟିଇଟିର ପେପର୍-୧ ଓ ପେପର୍-୨ର ହାତଲେଖା ପ୍ରଶ୍ନ ଓ ତାହାର ଉତ୍ତର ଘୁରି ବୁଲୁଛି । ଦୁଇଟି ଯାକ ପେପର୍ର ଅଧିକାଂଶ ପ୍ରଶ୍ନ ଏବଂ ତା’ର ଉତ୍ତର ଓଡ଼ିଆ ଓ ଇଂରାଜୀର ହାତଲେଖା ପ୍ରଶ୍ନ ମୋବାଇଲ୍ରୁ ମୋବାଇଲ୍କୁ ଏବେ ଘୂରୁଥିବା ଦେଖିବାକୁ ମିଳୁଛି । ଭାଇରାଲ୍ ହେଉଥିବା ପ୍ରଶ୍ନପତ୍ର ସତ୍ୟ ବୋଲି ଜଣାପଡ଼ିଛି । ଯାହାକୁ ନେଇ ପରୀକ୍ଷା ବାତିଲ କରାଯାଇଛି ।ବୋର୍ଡ ଏହି ପରୀକ୍ଷା ବାତିଲ୍ କରିବା ସହ ପରବର୍ତ୍ତୀ ସମୟରେ ସାନି ବିଜ୍ଞପ୍ତି ଜାରି କରିବ ବୋଲି ସୂଚନା ଦେଇଛନ୍ତି । ବିଭାଗୀୟ ମନ୍ତ୍ରୀ ଏ ସମ୍ପର୍କରେ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ।
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ, ପ୍ରଶ୍ନ ପତ୍ର ଲିକ କାରଣରୁ ସ୍ଥଗିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











