ନୂଆଦିଲ୍ଲୀ : ପହଲଗାମ ହାମଲା ଆଗରୁ ରେକି କରିଥିଲେ ଆତଙ୍କବାଦୀ । ହମଲାର ୨ ଦିନ ଆଗରୁ ପହଲଗାମରେ ଡେରା ପକାଇଥିଲେ । ବୈସରନ ଘାଟି ସହ ୩ଟି ସ୍ଥାନ ବି ଆତଙ୍କୀଙ୍କ ଟାର୍ଗେଟରେ ଥିଲା । ସବୁ ସ୍ଥାନରେ ରେକି କରିଥିଲେ ଲସ୍କର ଆତଙ୍କବାଦୀ । ସୂଚନା ଦେଇଛନ୍ତି କାଶ୍ମୀରର କିଛି ସ୍ଥାନୀୟ ଲୋକେ । ୧୫ ତାରିଖରୁ ପହଲଗାମ ଅଞ୍ଚଳରେ ପହଁଚିଥିଲେ ଆତଙ୍କୀ । ଏବେ ଦକ୍ଷିଣ କାଶ୍ମୀର ଜଙ୍ଗଲରେ ଲୁଚି ରହିଛନ୍ତି ପହଲଗାମ ଆତଙ୍କୀ । ପହଲଗାଓଁ ଆକ୍ରମଣର ସପ୍ତାହେ ପୂର୍ବରୁ ଜମ୍ମୁ-କାଶ୍ମୀରରେ ପହଞ୍ଚିଥିଲେ ଆତଙ୍କବାଦୀ। ବୈସାରଣ ଉପତ୍ୟକାକୁ ସେମାନେ ଟାର୍ଗେଟ ଭାବରେ ବାଛିଥିଲେ। ଅନେକ ପର୍ୟ୍ୟଟନ ସ୍ଥଳର ରେକି କରିବା ପରେ ପହଲଗାଁଓର ‘ବୈସାରଣ ଉପତ୍ୟକା’ ରେ ଆକ୍ରମଣ ପାଇଁ ସେମାନେ ଟାର୍ଗେଟ କରିଥିଲେ। ବର୍ତ୍ତମାନ ଏହାର ଖୁଲାସା ହୋଇଛି। ଆତଙ୍କବାଦୀମାନେ ପୂର୍ବରୁ ପହଲଗାମର ସମସ୍ତ ପ୍ରମୁଖ ପର୍ୟ୍ୟଟନ ସ୍ଥଳ ଯେପରିକି ଆରୁ ଭ୍ୟାଲି, ବେତାବ ଭ୍ୟାଲି ଏବଂ ବୈସାରନକୁ ବୁଲି ଦେଖିଥିଲେ। ଏହି ରେକିରେ ସାମିଲ ଥିଲେ ଦୁଇ ଜଣ ସ୍ଥାନୀୟ ଆତଙ୍କବାଦୀ ଏବଂ ପାଞ୍ଚ ଜଣ ଓଭର ଗ୍ରାଉଣ୍ଡ ୱାର୍କର (ଓଜିଡବ୍ଲ୍ୟୁ)। ସେମାନେ ପ୍ରାୟ ଏକ ସପ୍ତାହ ଧରି ପହଲଗାମର ଜଙ୍ଗଲରେ ଘୂରି ବୁଲୁଥିବା ଦେଖିବାକୁ ମିଳିଥିଲା। କୁହାଯାଉଛି, ଆତଙ୍କବାଦୀମାନେ ବେତାବ ଉପତ୍ୟକାକୁ ଟାର୍ଗେଟ କରିବାକୁ ପ୍ରଥମେ ଯୋଜନା କରିଥିଲେ। ଶେଷ ମୁହୂର୍ତ୍ତରେ, ଯୋଜନା ପରିବର୍ତ୍ତନ କରାଯାଇଥିଲା, ଏବଂ ବୈସାରନରେ ଆକ୍ରମଣ କରିଥିଲେ। କାରଣ ଆକ୍ରମଣ ପରେ ଏଠାରୁ ଖସିଯିବା ସହଜ ଥିଲା। କେବଳ କିଛି ଓଜିଡବ୍ଲ୍ୟୁ, ପାକିସ୍ତାନୀ ହ୍ୟାଣ୍ଡଲର୍ ଏବଂ ଦୁଇ ପାକିସ୍ତାନୀ ଆତଙ୍କବାଦୀ ଏହା ଜାଣିଥିଲେ। ଏପ୍ରିଲ ୨୦ରେ ସେମାନେ ବୈସାରନ ଅଭିମୁଖେ ବାହାରିଥିଲେ। ୨ ଦିନ ପଦଯାତ୍ରା ପରେ ବୈସାରନରେ ପହଞ୍ଚିଥିଲେ। ସେମାନେ ସ୍ଥାନୀୟ ଆତଙ୍କବାଦୀମାନଙ୍କୁ ଭେଟିଥିଲେ। ୨୨ ଏପ୍ରିଲ୍ ସକାଳେ, ଓଜିଡବ୍ଲ୍ୟୁ ମାନଙ୍କୁ ସୂଚନା ଦିଆଯାଇଥିଲା ଯେ ଆକ୍ରମଣ ଏବେ ବୈସାରଣରେ ହେବ। ଏହା ଅପରାହ୍ନରେ କରାଯିବ ଯାହା ଦ୍ଵାରା ଅନ୍ଧାର ଶୀଘ୍ର ହୋଇଯିବ। ଫଳରେ ଆକ୍ରମଣକାରୀମାନେ ରାତିରେ ଜଙ୍ଗଲ ଭିତରକୁ ପଳାଇଯିବା ସହଜ ହେବ। ସେହି ଷଡ଼ଯନ୍ତ୍ର ଅନୁସାରେ ୨୨ ତାରିଖରେ ପର୍ୟ୍ୟଟକଙ୍କୁ ଟାର୍ଗେଟ କରିଥିଲେ ଆତଙ୍କବାଦୀ। ଏପର୍ୟ୍ୟନ୍ତ ପ୍ରାୟ ୨୫୦୦ ଲୋକଙ୍କୁ ପଚରା ଉଚରା କରିଛି ଏନଆଇଏ। ପ୍ରାୟ ୨୦୦ ଲୋକଙ୍କୁ ଅଟକ ରଖାଯାଇଛି।
ହମଲା ଆଗରୁ ରେକି କରିଥିଲେ ଆତଙ୍କୀ, ଆତଙ୍କୀଙ୍କ ଟାର୍ଗେଟରେ ଥିଲା ୪ ପର୍ଯ୍ୟଟନ ସ୍ଥଳୀ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







