ନୂଆଦିଲ୍ଲୀ : ଶିଶୁ ଚୋରି ମାମଲାରେ ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ନେଇଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି, ରାଜ୍ୟ ସରକାର ନବଜାତ ଚୋରି ମାମଲାରେ କଡ଼ା କାର୍ୟ୍ୟାନୁଷ୍ଠାନ ନେବା ଉଚିତ । ଯେଉଁ ହସପିଟାଲରୁ ପିଲା ଚୋରି ହେଉଛି, ପ୍ରଥମେ ସେହି ହସପିଟାଲର ଲାଇସେନ୍ସ ରଦ୍ଦ ହେବା ଜରୁରୀ । ଉତ୍ତରପ୍ରଦେଶର ଏକ ଡାକ୍ତରଖାନାରୁ ଶିଶୁ ଚୋରି ମାମଲାର ଶୁଣାଣି କରି ଏଭଳି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ ଜେବି ପାର୍ଦିୱାଲା ଓ ଜଷ୍ଟିସ ଆର ମହାଦେବନଙ୍କୁ ନେଇ ଗଠିତ ଦୁଇଜଣିଆ ଖଣ୍ଡପୀଠ ଶିଶୁ ଚୋରି ମାମଲାକୁ ଗମ୍ଭୀରତାର ସହ ଗ୍ରହଣ କରିଛନ୍ତି । ଏଭଳି ଅପରାଧକୁ ରୋକିବାକୁ କଠୋର ପଦକ୍ଷେପ ଗ୍ରହଣ କରାଯିବା ଉଚିତ । ୨୦୨୦ ସୁଦ୍ଧା ଦେଶର ୩୬ହଜାର ଶିଶୁଙ୍କ ପତ୍ତା ମିଳୁନଥିବା ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଛନ୍ତି କେନ୍ଦ୍ର ସରକାର । ଶିଶୁପୁତ୍ର ଇଚ୍ଛା କରି, ଉତ୍ତରପ୍ରଦେଶର ଏକ ଦମ୍ପତ୍ତି ଶିଶୁ ଚୋରି ରାକେଟ ଠାରୁ ୪ଲକ୍ଷ ଟଙ୍କାରେ ଶିଶୁ କିଣିଥିଲେ । ଏଭଳି ଅପରାଧୀ ସମାଜ ପାଇଁ ଗମ୍ଭୀର ବିପଦ ସୃଷ୍ଟି କରିଥାନ୍ତି ବୋଲି କହିଛନ୍ତି ସୁପ୍ରିମ କୋର୍ଟ ।
ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ , ସୁପ୍ରିମକୋର୍ଟଙ୍କ ବଡ ନିଷ୍ପତ୍ତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











