ଭୁବନେଶ୍ୱର : ଭୁବନେଶ୍ୱର ହାଇଟେକ ମେଡିକାଲରେ ବିସ୍ଫୋରଣ ଘଟଣା । ଚିକିତ୍ସାଧୀନ ଅବସ୍ଥାରେ ତୃତୀୟ ବ୍ୟକ୍ତିଙ୍କ ମୃତ୍ୟୁ ସୂଚନା । ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ୨୯ ତାରିଖରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ବେଳେ ଦିଲ୍ଲୀପ ସାମନ୍ତରାୟ, ସୀମାଞ୍ଚଳ ବିଶ୍ୱାଳ, ଶ୍ରୀତମ ସାହୁ, ଜ୍ୟୋତି ରଞ୍ଜନ ମଲ୍ଲିକ ଗୁରୁତର ହୋଇଥିଲେ। ପରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା । ମୃତକ ଦୁଇ ଜଣ ଦିଲ୍ଲୀପ ଓ ଶ୍ରୀତମ ବୋଲି ପ୍ରଥମେ ହସ୍ପିଟାଲ କର୍ତ୍ତୃପକ୍ଷ କହିଥିଲେ। ଦିଲ୍ଲୀପଙ୍କ ମୃତ୍ୟୁ ଖବର ଶୁଣି ତାଙ୍କ ପତ୍ନୀ ମଧ୍ୟ ଆତ୍ମହତ୍ୟା କରିଥିଲେ।କିନ୍ତୁ ଚିକିତ୍ସିତ ହେଉଥିବା ଅନ୍ୟ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଯୁବକ ନିଜକୁ ଦିଲ୍ଲୀପ ବୋଲି ପରିଚୟ ଦେଇଥିଲେ। ଏହା ପରେ ଆରମ୍ଭ ହୋଇଥିଲା ଦ୍ଵନ୍ଦ୍ବ । ଯାହାକୁ ନେଇ ପରିବାର ବର୍ଗ ମଧ୍ୟ ସାମ୍ନାସାମ୍ନି ହୋଇଥିଲେ। ତେବେ ପରିଶେଷରେ ନିଜକୁ ଦିଲ୍ଲୀପ ବୋଲି କହୁଥିବା ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ହୋଇଛି।
Views: 96











