ଭୁବନେଶ୍ୱର : ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା । ସକ୍ରିୟ ଘୂର୍ଣ୍ଣିବଳୟ ପ୍୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତି କରିବ । ଆହୁରି ଘନୀଭୂତ ହେବା ସହ ଏହା ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଅନ୍ୟପଟେ ମେ ୨୭ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେଇପାରେ । ପରବର୍ତ୍ତୀ ସମୟରେ ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ।
Views: 61











