The Ultimate Managed Hosting Platform
ADVERTISEMENT

୧୪ରେ ଲଘୁଚାପ !

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୧୪ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ୧୬ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଘନୀଭୂତ ହେବ । ଘନୀଭୂତ ହୋଇ ଏକ ଅବପାତର ରୂପ ନେବା ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।
ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ମଧ୍ୟମ ଧରଣର ବର୍ଷା ହେବ । ଉପକୂଳ ଓଡିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଏବଂ ନୟାଗଡ଼ରେ ହାଲୁକା ବର୍ଷା ହେବା ନେଇ ଆକଳନ କରାଯାଇଛି ।
ଲଘୁଚାପ ସୃଷ୍ଟି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲେ ମଧ୍ୟ ତାହା ପ୍ରଭାବରେ କେତେ ପରିମାଣର ବର୍ଷା ହେବ ସେ ନେଇ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ । ଅନ୍ୟପଟେ ଓଡ଼ିଶାକୁ ପ୍ରବେଶ କରିବ ପୂର୍ବାଳି ଗରମ ଶୁଷ୍କ ପବନ । ଫଳରେ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୩ ରୁ ୪ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ହୋଇପାରେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login