ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ‘ମୋକା’ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଶୁକ୍ରବାର ଦିନ ଆକାଶ ମେଘୁଆ ରହିଥିଲା। ଆଜି ମଧ୍ୟ ପାଗରେ ବିଶେଷ ପରିବର୍ତ୍ତନ ହୋଇ ନାହିଁ। ହେଲେ ୧୪ ତାରିଖରୁ ରାଜ୍ୟର ଅନେକ ସ୍ଥାନରେ ୨ରୁ ୪ ଡିଗ୍ରି ଯାଏ ଦିନ ତାପମାତ୍ରା ବୃଦ୍ଧି ପାଇବ। ୧୫ ତାରିଖରୁ ନିସ୍ତାର ନାହିଁ। ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ରାଜ୍ୟର ସର୍ବୋଚ୍ଚ ତାପମାତ୍ରା କିଛି କିଛି ସ୍ଥାନରେ ୪୫ ଡିଗ୍ରି ଅତିକ୍ରମ କରିଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ର କହିଛି ଯେ ୧୫ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଅନୁଗୁଳ ଆଦି ୪ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ଏଣୁ ଏହି ୪ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି। ଏଥିସହ ୧୬ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଜନିତ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।
୧୫ରୁ ବଢିବ ତାତି , ୪୫ଂ ଉପରେ ରହିବ ପାରଦ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











