କଟକ : ଆସନ୍ତା ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି ଲୋକଙ୍କର କିଭଳି ଅଧିକରୁ ଅଧିକ ଲୋକ ପ୍ରିୟ ହୋଇପାରିବ ସେନେଇ ଆଜି କଟକ ଜିଲ୍ଲା ବିଜୁ ଜନତା ଦଳର କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ଦେବାଶିଷ ସାମନ୍ତରାୟ ରୁଷି ଭାଇଙ୍କ ଅଧ୍ୟକ୍ଷତାରେ କଟକ ସଦର ନିର୍ବାଚନ ମଣ୍ଡଳୀର ଜରିପଡା ସ୍ଥିତ ଏକ ଘରୋଇ ମଣ୍ଡପରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟ କାରିଣୀ ବୈଠକରେ କଟକ ସଦର ବିଧାୟକ ତଥା ପୂର୍ବତନ କ୍ରୀଡା ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରା ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ । କଟକ ଜିଲ୍ଲା ବିଜେଡ଼ି ଅବଜରଭ ତଥା ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ , ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ବାଙ୍କୀ ବିଧାୟକ ପ୍ରଭାତ ତ୍ରିପାଠୀ, ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ କଟକ ମେୟର ସୁବାସ ସିଂ, ନିଆଳୀ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ପ୍ରଫେସର ଡ଼ାକ୍ତର ପ୍ରମୋଦ ମଲ୍ଲିକ, ଚୌଦ୍ୱାର କଟକ ବିଧାୟକ ସୌଭିକ ବିଶ୍ୱାଳ , ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, କଟକ ଜିଲ୍ଲା ପରିଷଦ ଅଧ୍ୟକ୍ଷ କିଶୋର ଚନ୍ଦ୍ର ମିଶ୍ର, ରଞ୍ଜନ ବିଶ୍ୱାଳ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସୁଭଦ୍ରା ଦାସ, ଡେପୁଟି ମେୟର ଦମୟନ୍ତୀ ମାଝୀ ପ୍ରମୁଖ ଯୋଗ ଦେଇଥିଲେ । ସରକାରଙ୍କ ସଫଳତା ଜୀବନବିନ୍ଦୁ, ମୋପରିବାର, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ଜାଗା ମିଶନ ବିକାଶ କାର୍ୟ୍ୟ, ଶିକ୍ଷା, ସ୍ୱାସ୍ଥ୍ୟ, ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କୁ ସ୍ୱଚ୍ଛଳ,ଆତ୍ମ ନିର୍ଭରଶୀଳ ଓ ସ୍ୱାବଲମ୍ବୀ କରିବାରେ ବିଜୁ ଜନତା ଦଳ ସହାୟ ହୋଇଛି। ବିଭିନ୍ନ ଯୋଜନାର କାର୍ୟ୍ୟ ଧାରାକୁ ଏକ ନୂତନ ରୂପରେଖ ଦେବା ପାଇଁ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ଆଗାମୀ ସାଧାରଣ ନିର୍ବାଚନରେ କଟକ ଜିଲ୍ଲା ପୂର୍ଣ୍ଣ ସଫଳତା ପାଇପାରିବ ସେନେଇ ଆଲୋଚନା କରାଯାଇଥିଲା ।
୨୦୨୪ ନିର୍ବାଚନ ପାଇଁ କଟକ ଜିଲ୍ଲା ବିଜୁ ଜନତା ଦଳର କାର୍ଯ୍ୟକାରିଣୀ ବୈଠକ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...