ଭୁବନେଶ୍ୱର : ପୁଣି ବଙ୍ଗୋପସାଗରରେ ଲଘୁଚାପ । ୨୧ ତାରିଖ ବେଳକୁ ଲୋପ୍ରେସର ଓ ୨୩ରେ ନେବ ଅବପାତର ରୂପ । ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗର ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହା କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ବଳ ଗୋଟାଇବ । ଏହା ପରେ ଡିପ୍ରେସନରେ ପରିଣତ ହୋଇ ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ମୁହାଁ ହେବ । ଲଘୁଚାପ କ୍ଷେତ୍ରରେ ପରିଣତ ହେବା ପରେ ଏହା ବାତ୍ୟାର ରୂପ ନେବ କି ନାହିଁ ତାହା ଆକଳନ କରିହେବ ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ।
Views: 46











