ଭୁବନେଶ୍ୱର : ୨୪ ତାରିଖରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର-ପଶ୍ଚିମ ପାଶ୍ୱର୍ବର୍ତୀ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଆସନ୍ତା ଦୁଇ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
୨୪ରେ ଆଉ ଏକ ଲଘୁଚାପ କ୍ଷେତ୍ର !

Facebook
Twitter
LinkedIn
Facebook
Twitter
LinkedIn
Recent News
ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ
ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...
ଗଜପତି ମହାରାଜାଙ୍କ ଛେରାପହଁରା
ପୁରୀ : ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଛେରାପହଁରା । ଛେରା ପହଁରା ନୀତି ସମ୍ପନ୍ନ କଲେ ଗଜପତି ମହାରାଜା । ପୂଜାପଣ୍ଡା ସାମନ୍ତ ଠାକୁରଙ୍କ ମସ୍ତକରେ ପ୍ରଥମେ...
ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର
ବେଙ୍ଗାଲୁର : ବେଙ୍ଗାଲୁର ଦଳାଚକଟା ଘଟଣାରେ କର୍ଣ୍ଣାଟକ ସରକାରଙ୍କ ବଡ ବୟାନ । ଆଜି ଶୁଣାଣିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡକୁ...
କୋଟିଏ ଟଙ୍କାର ସୁନା ଅଳଙ୍କାର ଲୁଟ
ଭଦ୍ରକ : ଦିନକୁ ଦିନ ବୃଦ୍ଧି ପାଉଛି ଲୁଟେରାଙ୍କ କାରନାମା । ପୋଲିସକୁ ଚକମା ଦେଇ କରୁଛନ୍ତି ଲୁଟ । ଘରେ କେହି ନ ଥିବାର ସୁଯୋଗ...