ମାଲକାନଗିରି : ଛତିଶଗଡରେ ପୁଣି ଏନକାଉଣ୍ଟର । ୨ ହାର୍ଡକୋର ମାଓବାଦୀ ନିହତ । ବିଜାପୁର ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ବନ୍ଧୁକ ସହ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ । ପୋଲିସର ଏନକାଉଣ୍ଟରରେ ୨ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ୨ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି ସୁରକ୍ଷାକର୍ମୀ । ପୋଲିସର ଏନକାଉଣ୍ଟରରେ ଆହୁରି ଅଧିକ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା ରହିଛି । ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରାଯାଇଛି । ଏବେ ବି ଗୁଳି ବିନିମୟ ଜାରି ରହିଛି । ଅନ୍ୟପଟେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଗରିଆବନ୍ଧରେ ବଡ଼ ଧରଣର ମାଓ ଅପରେସନ ଚାଲିଛି । ପୋଲିସ ଓ ମାଓବାଦୀ ମଧ୍ୟରେ ଆଜି ବି ଗୁଳିବିନିମୟ ଜାରି ରହିଛି ।
Views: 56