ଭୁବନେଶ୍ୱର: ୩ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର । କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଦେଇଛନ୍ତି ସୂଚନା । ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ନିଆଯାଇଛି ନିଷ୍ପତ୍ତି । ଓଡିଶା ଷ୍ଟେଟ ୱାର୍କଫ୍ଲୋ ଅଟୋମେସନ୍ ସିଷ୍ଟମ (ଓଏସଡବ୍ଲ୍ୟୁଏଏସ) ର ଉନ୍ନତିକରଣକୁ କ୍ୟାବିନେଟ ଅନୁମୋଦନ ମିଳିଛି । ବିଶ୍ୱ ବିଦ୍ୟାଳୟର ଅଧିକାଂଶ ଭିତ୍ତିଭୂମି ୫ ଦଶନ୍ଧିରୁ ଅଧିକ ହୋଇଥିବାରୁ ଏହାର ଜରୁରୀ ମରାମତି, ନବୀକରଣ ଓ ପୁନଃନିର୍ମାଣ ପାଇଁ ୨୦୨୩-୨୪ ରୁ ୨୦୨୭-୨୮, ପାଞ୍ଚ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ ୪୯୧.୪୧ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି । ଆଦିବାସୀ ଉପଦେଷ୍ଟା ପରିଷଦ (ଟିଏସି) ଦ୍ୱାରା ତା.୧୧.୦୭.୨୦୨୩ ରିଖରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ତା. ୧୪.୧୧.୨୦୨୩ ରିଖରେ ଓଡିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି (ଅନୁସୂଚିତ ଜନଜାତି ଦ୍ୱାରା ) ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ କରିଥିଲେ।
୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











