ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ହନ୍ତସନ୍ତ ହେଉଛନ୍ତି ଲୋକେ । କାଲିଠାରୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମ୍ଭାବନା ରହିଛି। ୩୦ ତାରିଖ ପର୍ୟ୍ୟନ୍ତ ଆକାଶରୁ ବର୍ଷିବ ନିଆଁ । ତାତିରୁ ନାହିଁ ନିସ୍ତାର । ସିଭିୟର ହିଟୱେଭ ପାଇଁ ୯ ଜିଲ୍ଲାକୁ ରେଡ ଆଲର୍ଟ ଜାରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ବର, ମୟୂରଭଞ୍ଜ, ଢେଙ୍କାନାଳ, ଝାରସୁଗୁଡା, ଗଞ୍ଜାମ, ଗଜପତି, ବଲାଙ୍ଗୀର, ନୂଆପଡା ଓ କଳାହାଣ୍ଡି । ସେହିପରି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୧୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
Views: 77











