ଭୁବନେଶ୍ୱର : ଆଜିଠୁ ମୋନ୍ଥା କ୍ଷୟକ୍ଷତି ଆକଳନ । ଏ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ । ୩ ଦିନରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିଦେ୍ର୍ଦଶ । ଧାନ, କପା, ପନିପରିବା ଚାଷ କ୍ଷତି ହୋଇଥିବା ସୂଚନା ଆସିଛି । ଓଡିଶା ବାତ୍ୟାରୁ ବର୍ତ୍ତି ଯାଇଛି , ଆଦୈା ବିଚଳିତ ହୁଅନ୍ତୁ ନାହିଁ । ଯେଉଁ ଜିଲ୍ଲାରେ କ୍ଷୟକ୍ଷତି ହୋଇନାହିଁ, ସେ ଜିଲ୍ଲାରୁ ରାଜସ୍ୱ ଅଧିକାରୀଙ୍କୁ ଆକଳନ ପାଇଁ ନିୟୋଜିତ କରାଯିବ । ଭୁସ୍ଖଳନ ବର୍ତ୍ତମାନ ବଡ଼ ସମସ୍ୟା ହୋଇ ଉଭା ହୋଇଛି । ପ୍ରାକୃତିକ ବିପର୍ୟ୍ୟୟ ଲାଗି ପଥର ଖସୁଛି । ପଥର ଖସିବାରେ ସବୁଠୁ ସମ୍ବେଦନଶୀଳ ଜିଲ୍ଲା ହେଉଛି ଗଜପତି ଜିଲ୍ଲା। ତେଣୁ ତୁରନ୍ତ ରାସ୍ତାଘାଟ ମରାମତି ସହ କ୍ଷତିଗ୍ରସ୍ତଙ୍କୁ ସରକାର ସହାୟତା ପ୍ରଦାନ କରିବେ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ । ବାତ୍ୟା ପ୍ରଭାବରେ ଜାରି ରହିଥିବା ବର୍ଷା ଚାଷୀର ମେରୁଦଣ୍ଡ ଭାଙ୍ଗି ଦେଇଛି । ପାଣିରୁ କିଭଳି ଧାନ ଅମଳ ହେବ ତାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି । ବାତ୍ୟା ଛାଡ଼ିଗଲା, କ୍ଷତ ଛାଡ଼ିଗଲା । ବାତ୍ୟା ମୋନ୍ଥା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଛି ଫସଲ ନଷ୍ଟର ଚିତ୍ର । ପଶ୍ଚିମରୁ ଦକ୍ଷିଣ ଓ ଉତ୍ତରରୁ ଉପକୂଳ ଓଡ଼ିଶା, ସବୁଆଡ଼େ ପ୍ରଭାବିତ ହୋଇଛି ଧାନ ଚାଷ । ତିନି ଦିନର ଲଗାଣ ବର୍ଷାରେ ବ୍ୟାପକ କ୍ଷତି ହୋଇଛି । ଉଜୁଡ଼ା ଧାନ ବିଲକୁ ଦେଖି ଚାଷୀ ଚନ୍ତାରେ ପଡ଼ଛି ।
୩ ଦିନରେ କ୍ଷୟକ୍ଷତି ଆକଳନ ; ରାଜସ୍ୱ ମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











