ଭୁବନେଶ୍ୱର : ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ । ଲଘୁଚାପ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା । ଉତ୍ତର ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିୂଳୟ ସକ୍ରିୟ ରହିଛି । ସୂଚନା ଅନୁଯାୟୀ, ୧୯-୨୨ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଏହି ସମୟରେ ମଧ୍ୟରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ପୂର୍ବ- କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତର- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳରେ ୩.୧ରୁ ୫.୮ କିମି ମଧ୍ୟରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ ୪୮ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ- ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଏ ନେଇ ଆଞ୍ଚିଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Views: 81