ପୁରୀ : ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ଶେଷ ହେବା ପରେ ହେବ ବନକଲାଗି ନୀତି । ବନକଲାଗି ଯୋଗୁଁ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୪ରୁ ରାତି ୮ ଟା ଯାଏଁ ରହିବ ସାଧାରଣ ଦର୍ଶନ । ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି , ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃହ୍କାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ।
Views: 66