ବାତ୍ୟା ପ୍ରଭାବ : ୫ରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ୧୧୫.୬ ମିଲିମିଟରରୁ ୨୦୪.୪ ମିଲିମିଟର ବର୍ଷା ସମ୍ଭାବନା । ଅରେଞ୍ଜ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ଧିରେ ଧିରେ ଉତର ପଶ୍ଚିମ ଦିଗରେ ଗତିକରୁଛି । ୪ ତାରିଖ ବେଳକୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତର ତାମିଲନାଡୁ ଉପକୂଳରେ ପହଂଚିବ । ଏହା ପରେ ଉତର ପଶ୍ଚିମ ଦିଗରେ ଗତି କରି ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ର ଉପକୂଳର ନେଲୋର ଓ ମଛଲିପଟନମ୍ ଅତିକ୍ରମ କରିବା ସମ୍ଭାବନା ରହିଛି ।
ଗତ ୬ ଘଣ୍ଟା ହେଲା ଏହା ୧୮ କିଲୋମିଟର ବେଗରେ ଗତି କରୁଛି । ବାତ୍ୟାର ପିକ ସମୟରେ ଘଂଟା ୧୦୦ କିଲୋମିଟର ବେଗର ପବନ ବହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ବାତ୍ୟା ପ୍ରଭାବରେ ଓଡ଼ିଶାର ଉପକୂଳ ସମେତ ୧୫ରୁ ଅଧିକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି । ଆସନ୍ତାକାଲି ୪ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ ରହିଛି । ଏବଂ ୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ରହିଛି । ୪ତାରିଖରେ ସେହିପରି ରାଜ୍ୟର ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ୭ରୁ ୧୧ ସେଂଟିମିଟର ବର୍ଷା ହୋଇପାରେ । ସେହିପରି ୫ତାରିଖ ପାଇଁ ୫ଟି ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଓ ୬ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୭ରୁ ୨୦ ସେଂଟିମିଟର ପର୍ୟ୍ୟନ୍ତ ହୋଇପାରେ ବର୍ଷା । ନବରଙ୍ଗପୁର, କଳାହାଣ୍ଡି, ପୁରୀ, ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
୫ରେ ଅତି ପ୍ରବଳ ବର୍ଷା !

Facebook
Twitter
LinkedIn
Facebook
Twitter
LinkedIn
Recent News
ବିଜେଡିକୁ ନାଗ ଚୋଟ , ଗିରଫଦାରି ପଛରେ ବିଜେଡି ଷଡଯନ୍ତ୍ର : ଅର୍ଚ୍ଚନା
ଭୁବନେଶ୍ୱର : ବିଜେଡି ବିରୋଧରେ ବର୍ଷିଲେ ଅର୍ଚ୍ଚନା ନାଗ । ତାଙ୍କ ଗିରଫଦାରି ପଛରେ ଷଡଯନ୍ତ୍ର ଥିଲା କହିଲେ । ବବି ଦାସ. ମାନସ ମଙ୍ଗରାଜ ,...
ଆଉ ନିର୍ବାଚନ ଲଢିବିନି , ଏଥର ଯୁବପିଢୀଙ୍କୁ ସୁଯୋଗ ଦେବି : ଜୁଏଲ
ଭୁବନେଶ୍ୱର : ଆଉ ନିର୍ବାଚନ ଲଢିବିନି କହିଲେ ସୁନ୍ଦରଗଡ ସାଂସଦ ଜୁଏଲ ଓରାମ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଜୁଏଲଙ୍କ ବୟାନ । ଗତ ନିର୍ବାଚନ...
୨୨ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି : ଛତିଶଗଡରେ ଆତ୍ମସମର୍ପଣ କଲେ ୨୨ ମାଓବାଦୀ । ବସ୍ତର ଆଇଜି ଓ ନାରଣପୁର ଜିଲ୍ଲା ଏସପିଙ୍କ ନିକଟରେ ଆତ୍ମସମର୍ପଣ । ଆତ୍ମସମର୍ପଣ ମାଓବାଦୀଙ୍କ ମଧ୍ୟରେ...
ଡେଲାଙ୍ଗରେ ବାର୍ଡ ଫ୍ଲୁ ସ୍ପଷ୍ଟ
ପିପିଲି : ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ । H5N1 ନମୁନା ପରୀକ୍ଷାରୁ ଆସିଲା ପଜିଟିଭ ରିପୋର୍ଟ । ଆଭିଏନ ଇନ ଫ୍ଲୁଏନଞ୍ଜା ଭାଇରସ ପିଜିଟିଭ...