ଭୁବନେଶ୍ୱର : ଲଘୁଚାପ ପାଇଁ ରାଜ୍ୟରେ ୫ ଦିନ ପ୍ରବଳ ବର୍ଷା ସମ୍ଭାବନା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୪୮ ଘଣ୍ଟାରେ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଲଘୁଚାପ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା । ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ । ଆଜି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ୫ ଦିନ ବର୍ଷିବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
Views: 91