ନୂଆଦିଲ୍ଲୀ : ୬୦ ବର୍ଷ ବୟସରେ ପୁଣି ଥରେ ବର ବେଶ । ଆଉ ପୁଣି ଥରେ ବିବାହ ବନ୍ଧନରେ ବାନ୍ଧିହୋଇଛନ୍ତି ଅଭିନେତା ଆଶିଷ ବିଦ୍ୟାର୍ଥୀ । ଆସାମର ରୂପାଲିଙ୍କ ହାତ ଧରିଛନ୍ତି ସେ । ଅଭିନେତା ଆଶିଷ ବିଦ୍ୟାର୍ଥୀ ଆସାମର ରୂପାଲି ବରୁଆଙ୍କ ସହ ଗୁରୁବାର ବିବାହ ହୋଇଛି । ହିନ୍ଦୀ , ତେଲୁଗୁ, ତାମିଲ , କନ୍ନଡ, ମଲାୟାଲମ୍ ଏବଂ ଅନେକ ଆଞ୍ଚଳିକ ଚଳଚ୍ଚିତ୍ରରେ ଅଭିନୟ କରିଥିବା ଆଶିଷ ପୁଣି ଥରେ ରୂପାଲିଙ୍କୁ ଭଲପାଇ ବସିଥିଲେ । ଆଶିଷ ବିଦ୍ୟାର୍ଥୀ ପୂର୍ବରୁ ଅଭିନେତ୍ରୀ ଶକୁନ୍ତଳା ବରୁଆଙ୍କ ଝିଅ ରାଜୋଶୀ ବରୁଆଙ୍କୁ ବିବାହ କରିଥିଲେ । ଗୌହାଟ୍ଟିିରେ ରହୁଥିବା ବିଦ୍ୟାର୍ଥୀଙ୍କ ପତ୍ନୀ ରୁପାଲି କୋଲକାତାର ଏକ ବଡ଼ ଫ୍ୟାସନ୍ ଷ୍ଟୋର ସହ ଜଡ଼ିତ ଅଛନ୍ତି । ଆଶିଷ ଓ ରୂପାଲିଙ୍କ ପରିବାର ଓ ଘନିଷ୍ଠ ବନ୍ଧୁମାନଙ୍କ ଉପସ୍ଥିତିରେ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା ।ସକାଳେ କୋର୍ଟ ମ୍ୟାରେଜ୍ ହୋଇଥିଲା ଏବଂ ସନ୍ଧ୍ୟାରେ ପାରମ୍ପରିକ ରୀତିରେ ବିବାହ ହେଲା ବୋଲି ଆଶିଷ କହିଛନ୍ତି ।କେରଳ ବାସିନ୍ଦା ଆଶିଷ ଧଳା ଓ ସୁନା ମୁଣ୍ଡୁ ସହିତ ଏକ ସୁନ୍ଦର ଧଳା ମେଖେଲା ପିନ୍ଧି ନିଜକୁ ସଜାଇଥିଲେ । ଅଭିନେତା ଆଶିଷ କହିଛନ୍ତି, ତାଙ୍କ ଜୀବନର ଏହି ପର୍ୟ୍ୟାୟରେ ରୁପାଲିଙ୍କୁ ବିବାହ କରିବା ଏକ ଅସାଧାରଣ ଅନୁଭବ ।
୬୦ ବର୍ଷ ବୟସରେ ରୂପାଲିଙ୍କ ହାତ ଧରିଲେ ଅଭିନେତା ଆଶିଷ ବିଦ୍ୟାର୍ଥୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











