The Ultimate Managed Hosting Platform
ADVERTISEMENT

୭ ସମୁଦ୍ରରେ ମାଛଧରା ନିଷେଧ

Facebook
Twitter
LinkedIn

ପାରାଦୀପ : ଆଜିଠୁ ମେ ୩୧ ପର୍ଯ୍ୟନ୍ତ ସମୁଦ୍ରରେ ମାଛ ଧରିବା ଉପରେ କଟକଣା । ବିରଳ ଅଲିଭ ରିଡେଲ କଇଁଛ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା । ସମୁଦ୍ର କୂଳ ଠାରୁ ୨୦ କିମି ପର୍ଯ୍ୟନ୍ତ ମାଛ ଧରିବା ଉପରେ କଟକଣା । ରୁଷିକୂଲ୍ୟା, ଧାମରା ଓ ଦେବୀ ନଦୀ ମୁହାଣରେ ମଧ୍ୟ ମାଛଧରା ନିଷେଧ । ଯନ୍ତ୍ରଚାଳିତ ବୋଟ ଚଳାଚଳ ବନ୍ଦ , ଆଇନ ଭାଙ୍ଗିଲେ ଜେଲ ଓ ଜରିମାନା । ସେହିପରି ବିରଳ ଅଲିଭ ରିଡଲେ କଇଁଛଙ୍କ ଅନ୍ତୁଡିଶାଳ ଭାବେ ପରିଚିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣ ଠାରୁ ଦେବୀ ମୁହାଣ ଯାଏଁ ୧୬୦ କିଲୋମିଟର ପର୍ୟ୍ୟନ୍ତ ଲାଗିବ କଟକଣା । ୭ ମାସ ଧରି ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା ଜାରି କରାଯାଇଛି । ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ମଧ୍ୟରେ ବର୍ଷ ତମାମ ଟ୍ରଲର ଚଳାଚଳ ଓ ମାଛଧରା ଉପରେ ସଂପୂର୍ଣ୍ଣ ନିଷେଧାଜ୍ଞା ରହିଛି । ତେବେ କଇଁଛ ପ୍ରଜନନ ଋତୁ ପାଇଁ ଧାମରା ମୁହାଣରୁ ଦେବୀ ମୁହାଣ ଯାଏ ସମୁଦ୍ରକୂଳ ଠାରୁ ୨୦ କି.ମି. ଯାଏଁ ଯନ୍ତ୍ରଚାଳିତ ଟ୍ରଲର, ବୋଟ୍, ଭୁଟୁଭୁଟି ଚଳାଚଳ ବନ୍ଦ ସହିତ ମାଛ ଧରା ଉପରେ କଟକଣା ଜାରି କରାଯାଇଛି ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login