ନୂଆଦିଲ୍ଲୀ : ଅଗଷ୍ଟ ୨ ତାରିଖରେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ପିଏମ କିଷାନ ଟଙ୍କା । ବାରଣାସୀରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି । ଏହି କିସ୍ତି ମାଧ୍ୟମରେ ଦେଶର ୯.୭ କୋଟିରୁ ଅଧିକ ଯୋଗ୍ୟ କୃଷକଙ୍କ ବ୍ୟାଙ୍କ ଖାତାକୁ୨୦ ହଜାର ୫୦୦ କୋଟିରୁ ଅଧିକ ଟଙ୍କା ସିଧାସଳଖ ଯିବ । ପିଏମ କିସାନ ସମ୍ମାନ ନିଧି ଯୋଜନାରେ ପ୍ରତ୍ୟେକ ଚାଷୀଙ୍କୁ ୨ହଜାର ଟଙ୍କା ଲେଖାଏଁ ମିଳିବ । ଏହି କିସ୍ତି ଖରିଫ ରୁତୁ ମାଧ୍ୟମରେ ଆସୁଛି । ଯାହା କୃଷକମାନଙ୍କୁ ବିହନ, ସାର ଓ ଅନ୍ୟାନ୍ୟ କୃଷି ଉପକରଣ କିଣିବାରେ ସହାୟତା କରିବ ।
Views: 22