ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି ମେଘୁଆ ପାଗକୁ ଝିପିଝିପି ବର୍ଷା । ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ସକ୍ରିୟ ରହିଛି।ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ୟ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼,ଅନୁଗୁଳ, ଦେବଗଡ଼, କେନ୍ଦୁଝର,ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
Views: 121











