ଭୁବନେଶ୍ୱର : ଅଗ୍ନିବୀରଙ୍କୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗ୍ନିବୀରଙ୍କୁ ସଂରକ୍ଷଣ ଦେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଗ୍ନିବୀରଙ୍କୁ ରାଜ୍ୟର ସମସ୍ତ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ସହିତ ବୟସ କ୍ଷେତ୍ରରେ ମଧ୍ୟ ୫ ବର୍ଷ କୋହଳ କରାଯିବ। ଦିଲ୍ଲୀ ଗସ୍ତ ପୂର୍ବରୁ ବଡ ଘୋଷଣା କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକ ମାନେ ଆମର ଗର୍ବ ଓ ଗୌରବ। ଆମର ଅଗ୍ନିବୀର୍ ମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି। ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସେଥିପାଇଁ ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଓଡିଶାର ଯେଉଁ ଅଗ୍ନିବୀର୍ ମାନେ ସେନାବାହିନୀରେ ଭର୍ତ୍ତି ହୋଇ ନଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ୟ୍ୟନ୍ତ ସଂରକ୍ଷଣ ଦିଆଯିବ।
ଅଗ୍ନିବୀରଙ୍କୁ ୧୦% ସରଂକ୍ଷଣ , ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...