ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ଥିବା ହ୍ବିଲର ଦ୍ୱୀପରୁ ନୂଆ ପିଢ଼ିର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଅଗ୍ନି ପ୍ରାଇମର ସଫଳ ରାତ୍ରକାଳୀନ ପରୀକ୍ଷଣ ବୁଧବାର ରାତିରେ କରାଯାଇଛି । ଏହି ପରୀକ୍ଷଣ ସମୟରେ ଏହି କ୍ଷେପଣାସ୍ତ୍ର ସମସ୍ତ ମାନଦଣ୍ଡ ପୂରଣ କରିଥିଲା ବୋଲି ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।
“ବିକାଶ ପର୍ୟ୍ୟାୟରେ ଅଗ୍ନି ପ୍ରାଇମର ତିନୋଟି ସଫଳ ପରୀକ୍ଷଣ ପରେ ଏହା ଏହି କ୍ଷେପଣାସ୍ତ୍ରର ଏହା ପ୍ରଥମ ରାତ୍ରି ପରୀକ୍ଷଣ ଥିଲା, ଯାହାକି ଏହାର ସଠିକତା ଏବଂ ବିଶ୍ୱସନୀୟତା ଉପରେ ମୋହର ଲଗାଇଥିଲା । ଏହି କ୍ଷେପଣାସ୍ତ୍ରର ସମଗ୍ର ଯାତ୍ରାର ତଥ୍ୟ ସଂଗ୍ରହ କରିବା ପାଇଁ ରାଡାର, ଟେଲିମେଟ୍ରି ଏବଂ ଇଲେକ୍ଟ୍ରୋ-ଅପ୍ଟିକାଲ ଟ୍ରାକିଂ ସିଷ୍ଟମ ଭଳି ଉପକରଣ ସମେତ ଦୁଇଟି ଜାହାଜକୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଥିଲା ।
Views: 79