ଆପ୍ର : ଆନ୍ଧ୍ରପ୍ରଦେଶର ଅନନ୍ତପୁର ଜିଲ୍ଲାରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ରାଜ୍ୟ ସଡ଼କ ପରିବହନ ନିଗମ (ଏପିଏସଆରଟିସି)ର ଏକ ବସ୍ କୃଷି ଶ୍ରମିକଙ୍କୁ ନେଇ ଯାଉଥିବା ଅଟୋକୁ ଜୋରଦାର ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଅନନ୍ତପୁର ଜିଲ୍ଲାର ଗରଲାଡିନ୍ନେ ମଣ୍ଡଳରେ ଏହି ଦୁର୍ଘଟଣା ଘଟିଛି । କୁହାଯାଉଛି ଯେ ବସ୍ ଧକ୍କା ଦେବା ପରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା । ଅନ୍ୟ ଦୁଇ ଜଣ ଡାକ୍ତରଖାନା ଯିବା ବାଟରେ ଆଖି ବୁଜିଥିଲେ ଏବଂ ବାକି ତିନି ଜଣଙ୍କର ଚିକିତ୍ସା ସମୟରେ ମୃତ୍ୟୁ ଘଟିଥିଲା । ପୋଲିସ କହିଛି ଯେ ଜିଲ୍ଲାର କୁଟଲୁର ମଣ୍ଡଳ ନେଲୁତଲା ଗାଁର ୧୨ ଜଣ କୃଷି ଶ୍ରମିକ କାମ ପାଇଁ ଅଟୋରେ ଗରଲାଡିନ୍ନେ ଆସିଥିଲେ । କାମରୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ସାମ୍ନାରୁ ଆସୁଥିବା ଏକ ଆରଟିସି ବସ୍ ଅଟୋକୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଆହତ ଶ୍ରମିକମାନଙ୍କୁ ଅନନ୍ତପୁର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପୋଲିସ ବସ୍ ଡ୍ରାଇଭରକୁ ଗିରଫ କରି ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରୁଛି ।
ଅଟୋକୁ ପିଟିଲା ଆରଟିସି ବସ , ୭ ଜଣଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯
ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା
ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ
ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା
ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...