The Ultimate Managed Hosting Platform
ADVERTISEMENT

ଅଧା ରହିଗଲା ହଜ୍ ଯାତ୍ରା, ତୀର୍ଥଯାତ୍ରୀ ବସ୍ ଜଳି ୨୦ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : ସାଉଦି ଆରବରେ ଜଳିଗଲା ହଜଯାତ୍ରୀ ବସ୍ । ପୋଲରେ ବାଡେଇ ହୋଇ ଓଲଟି ପଡିଲା ତୀର୍ଥ ଯାତ୍ରୀଙ୍କ ବସ୍। ଆଉ ବସରେ ଲାଗିଗଲା ନଆଁରେ ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ। ପବିତ୍ର ସ୍ଥାନ ମକ୍କା ଏବଂ ମଦିନାକୁ ଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିଲା ।
ସୂଚନା ମୁତାବକ, ଆଜି ସକାଳୁ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଅତି କମରେ ୨୯ ଜଣ ଆହତ ହୋଇଛନ୍ତି। ୟେମେନ ସୀମାରେ ଥିବା ଦକ୍ଷିଣ-ପଶ୍ଚିମ ଦିଗରେ ଆସିର ପ୍ରଦେଶ ଦେଇ ତୀର୍ଥଯାତ୍ରୀ ବସଟି ଯାଉଥିବା ବେଳେ ବ୍ରେକ୍ ଫେଲ୍ ହେବା ଯୋଗୁ କାର ସହିତ ଧକ୍କା ହୋଇଥିଲା । ପରେ ବସ୍ଟି ପ୍ରଥମେ ଏକ ପୋଲରେ ବାଡେଇ ହୋଇ ରାସ୍ତା କଡକୁ ଓଲଟି ପଡିଥିଲା। ଏହାପରେ ବସରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଯୋଗୁଁ ଯାତ୍ରୀଙ୍କୁ ଉଦ୍ଧାର କରିବା କଷ୍ଟକର ହୋଇଥିଲା। ଫଳରେ ୨୦ ଯାତ୍ରୀ ଜୀବନ୍ତ ଜଳି ଯାଇଥିବା ଜଣାଯାଇଛି। ଘଟଣାରେ ଆହତ ହୋଇଥିବା ୨୯ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।
ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି। ଦମକଳବାହିନୀ ମଧ୍ୟ ବସରେ ଲାଗିଥିବା ନିଆଁକୁ ଆୟତ୍ତ କରିଛି। ତେବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ବିଷୟରେ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ମିଳିନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login