The Ultimate Managed Hosting Platform
ADVERTISEMENT

ଅନଲାଇନରେ ମହାପ୍ରସାଦ ବିକ୍ରି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଅଗ୍ରାହ୍ୟ

Facebook
Twitter
LinkedIn

ଭୁବନେଶ୍ୱର : ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ । ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର । ଭାରତର ଅନ୍ୟ ମନ୍ଦିର ତୁଳନାରେ ମହାପ୍ରଭୁଙ୍କ ମହାପ୍ରସାଦର ପବିତ୍ରତା ଓ ମାନ୍ୟତା ସଂପୂର୍ଣ୍ଣ ଅଲଗା । କିଛି ଦିନ ତଳେ କିଛି ସଂସ୍ଥା ମହାପ୍ରଭୁଙ୍କ ଶୁଖିଲା ଭୋଗ ଓ ମହାପ୍ରସାଦ ଅନଲାଇନରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ମନ୍ଦିର ପ୍ରଶାସନକୁ ଅନୁରୋଧ କରିଥିଲେ ।ମହାପ୍ରସାଦର ପବିତ୍ରତା ଦୃଷ୍ଟି କୋଣରୁ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ରାଜ୍ୟ ସରକାର ଏ ପ୍ରସ୍ତାବରେ ରାଜି ହୋଇନାହାନ୍ତି। କାରଣ ଅନଲାଇନରେ ମହାପ୍ରସାଦ ନିଆଗଲେ, ତାର ପବିତ୍ରତା ଅକ୍ଷୁର୍ଣ୍ଣ ରଖି ପାରିବେ ନାହିଁ ବୋଲି ସନ୍ଦେହ ରହିଛି । ମନ୍ଦିର ପ୍ରଶାସନ ଏବଂ ସରକାର ଅନଲାଇନ ମହାପ୍ରସାଦ ବିକ୍ରିକୁ ନେଇ ସହମତ ନାହାନ୍ତି । ସମସ୍ତ ଭକ୍ତଙ୍କୁ ଅନୁରୋଧ, ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇବାର ସୌଭାଗ୍ୟ ପାଆନ୍ତୁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login