
ପୁରୀ :ଆଜି ହେଉଛି ଅନ୍ତର୍ଜାତୀୟ ମହିଳା ଦିବସ। ନାରୀଙ୍କ ପାଇଁ ଦିନଟିଏ । ମହିଳା ମାନଙ୍କର ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ତଥା ରାଜନୈତିକ ଉପଲବ୍ଧିକୁ ପାଳନ କରିବା ଲାଗି ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ସାରା ବିଶ୍ୱରେ ପାଳନ କରାଯାଇଥାଏ । ନାରୀ ଓ ପୁରୁଷ ଗୋଟିଏ ମୁଦ୍ରା ର ଦୁଇ ପାଶ୍ୱର୍ ପରି । ତେବେ ସମାଜରୁ ଲିଙ୍ଗଗତ ଭେଦଭାବ ଦୂର କରିବା ଲାଗି ମଧ୍ୟ ଏହା ଏକ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଏ । ଆଜି ମହିଳା ମାନଙ୍କ ପାଖକୁ ଅନେକ ଆଡୁ ଶୁଭେଚ୍ଛାର ସୁଅ ଛୁଟି ଆସିଥାଏ ।
ତେବେ ଅନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପୁରୀ ବେଳାଭୂମି ରେ ମହିଳା ମାନଙ୍କୁ ସମ୍ମାନ ଜଣାଇ ବାଲୁକା ମୂର୍ତ୍ତି ନିର୍ମାଣ କରିଛନ୍ତି । ଏ ବର୍ଷ ର ଥିମକୁ ଆଧାର କରି ପୁରୀର ଲାଇଟ ହାଉସ ନିକଟସ୍ଥ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି । ଏଥିରେ ସେ ନାରୀ ମାନଙ୍କୁ ସମ୍ମାନ ଜଣାଇବା ସହିତ ପୁରୁଷ ଏବଂ ନାରୀ ମାନଙ୍କ ମଧ୍ୟରେ ପକ୍ଷପାତ ନ କରି ସମଦୃଷ୍ଟିରେ ଦେଖିବା ସହିତ ନାରୀମାନଙ୍କର ସମାଜରେ ସମାନ ଅଧିକାର ଥିବାର ବାର୍ତ୍ତା ମଧ୍ୟ ଦେଇଛନ୍ତି । ଏହି ବାଲୁକା କଳାଟି ୧୫ ଫୁଟ ଓସାର ବିଶିଷ୍ଟ । ତେବେ ଏଥିରେ ୧୫ ଟନ ବାଲି ବ୍ୟବହାର କରାଯାଇଛି । ଏହି ବାଲୁକା କଳାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୭ ଘଣ୍ଟା ସମୟ ଲାଗିଥିଲା । ଏଥିରେ ସେ “ଈକ୍ସରବଳ ଞଷର ଈସବଗ୍ଦ” ର ବାର୍ତ୍ତା ଦେଇଛନ୍ତି ।