ଭୁବନେଶ୍ୱର : ଭୁବନେଶ୍ୱର ପଟିଆ ଷ୍ଟେସନ ନିକଟରୁ ଅପହୃତ ବର୍ଷକର ଶିଶୁ ଉଦ୍ଧାର । ଶିଶୁ ଉଦ୍ଧାର ନେଇ ମଞ୍ଚେଶ୍ୱର ପୋଲିସ ପକ୍ଷରୁ ସୂଚନା । ପାରିବାରିକ କଳହରୁ ଶିଶୁକୁ ଅପହରଣ କରାଯାଉଥିବା ସୂଚନା । ଷ୍ଟେସନ ନିକଟ ବଜାରରୁ ମାଆ ପାଖରୁ ଶିଶୁକୁ ଛଡାଇ ନେଇଥିଲେ । ଏହି ମାମଲାରେ ବାପା ସମେତ ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରଖିଛି ।ଅପହୃତ ଶିଶୁ ଉଦ୍ଧାର ହେବା ପରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ଶିଶୁ ଅପହୃତ ଖବର ପାଇବା କ୍ଷଣି ତୁରନ୍ତ ନିକଟସ୍ଥ ସମସ୍ତ ଥାନାକୁ ସୂଚନା ଦିଆଯାଇଥିଲା । ଏପରିକି ଶିଶୁକୁ ଉଦ୍ଧାର କରିବାକୁ ପ୍ରତି ଗାଡିକୁ ଯାଞ୍ଚ କରାଯାଇଥିଲା । ତେବେ ଶିଶୁର ବାପାଙ୍କୁ ଅପହୃତ ବାବଦରେ ପଚରାଉଚରା ବେଳେ ସନ୍ଦେହ ସୃଷ୍ଟି ହୋଇଥିଲା । ତାଙ୍କ କଥାରେ ତାଳମେଳ ନଥିବାରୁ ସନ୍ଦେହ ଆହୁରି ବଢିଥିଲା । ପରେ ଶିଶୁଟିକୁ ଅପହୃତ କରିଥିବା ନେଇ ସ୍ୱୀକାର କରିଥିଲା ଅଭିଯୁକ୍ତ ବାପା । ଏହି ଘଟଣାରେ ଅଭିଯୁକ୍ତ ବାପାଙ୍କ ସହ ଅନ୍ୟ ୩ ଜଣଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ ।
ଅପହୃତ ଶିଶୁ ଉଦ୍ଧାର, ଅପହରଣର ନାଟକ ରଚାଇଥିଲା ନିଜେ ବାପା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











