ଭୁବନେଶ୍ୱର : ପରଲୋକରେ ବିଶିଷ୍ଟ ଚଳଚିତ୍ର ଅଭିନେତା ସାଧୁମେହେର। ଏହି ଖବର ଶୁଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡିଶା ସମେତ ଜାତୀୟ ସ୍ତରରେ ଜଣେ ପ୍ରଶଂସନୀୟ ବ୍ୟକ୍ତିତ୍ୱ ଥିଲେ । ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା । କଳା କ୍ଷେତ୍ରରେ ପାରଦର୍ଶିତା ପାଇଁ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଛନ୍ତି।
Views: 75