ଭୁବନେଶ୍ୱର : ଅମଲା ସଂଘ ସହ ଆଲୋଚନା ପରେ ରାଜସ୍ୱ ମନ୍ତ୍ରୀଙ୍କ ବଡ ବୟାନ । ଅମଲା ଆନେ୍ଦାଳନ ପଛରେ ବିଜେଡି କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । କିଛି ସଂଘର ନେତା ବିଜେଡି ଦ୍ୱାରା ପ୍ରେରିତ ହୋଇ ଆନେ୍ଦାଳନ କରୁଛନ୍ତି । ସେମାନେ କେଉଁ କେଉଁ ନେତାଙ୍କୁ ଭେଟୁଛନ୍ତି , ରିପୋର୍ଟ ମୋ ପାଖେ ଅଛି । ସେମାନେ ସମସ୍ୟାର ସମାଧାନ ଚାହୁଁ ନାହାନ୍ତି କହିଲେ ମନ୍ତ୍ରୀ । ଅମଲାଙ୍କୁ ଢାଲ କରି ସରକାର ବିରୋଧରେ ଆନେ୍ଦାଳନ କରିବା ଲକ୍ଷ୍ୟ । ରାଜସ୍ୱ ବିଭାଗ ପାଖରେ ବହୁତ ଅସ୍ତ୍ର ଅଛି ବିରୋଧୀ ସମ୍ଭାଳି ପାରିବେ ନାହିଁ । ମନ୍ତ୍ରୀ ସୁରେଶ ପୂଜାରୀ ଆହୁରି କହିଛନ୍ତି, ବିଗତ ସରକାର ଯେତେ ସମସ୍ୟା ଛାଡ଼ିକି ଯାଇଛନ୍ତି ଗୋଟିଏ ଵି ସମସ୍ୟାର ସମଧାନ କରି ନାହାନ୍ତି ଯେଉଁମାନେ ସଂଘକୁ ଭୁଲ ରାସ୍ତାରେ ନେଉଛନ୍ତି। ସେମାନେ ତାଙ୍କୁ ଚିହ୍ନନ୍ତୁ। ସେମାନେ ମଙ୍ଗଳ ଚାହୁଁ ନାହାନ୍ତି, ଲୋକଙ୍କ ହଇରାଣ ନପକେଇ କାର୍ୟ୍ୟରେ ଯୋଗ ଦିଅନ୍ତୁ। ୮ ହଜାର ଅମଲାଙ୍କୁ ଆନ୍ଦୋଳନ କୁ ଓହ୍ଲାଇ ସେମାନେ ଭାବୁଛନ୍ତି ସରକାରକୁ ହଇରାଣ ପକେଇ ଦେବ କ୍ଷମତାରୁ ବାହାରକୁ ଯିବାକୁ ସେମାନେ ହଜମ କରି ପାରୁ ନାହାନ୍ତି ମୁଁ ପୁରା ବିଜେଡିକୁ କାଠଗଡ଼ରେ ଛିଡା କରିବାକୁ ଚାହେଁ ନାହିଁ। କିନ୍ତୁ ସେ ସରକାରରେ ଯେଉଁମାନେ ପାୱାରଫୁଲ ସମ୍ପୂର୍ଣ୍ଣ କ୍ଷମତାକୁ ଉପଭୋଗ କରୁଥିଲେ, ସେମାନେ ହଜମ କରି ପାରୁ ନାହାନ୍ତି। କେମିତି ଏଇ ସରକାର ଗଲେ ସେମାନେ ପୁଣି କ୍ଷମତାକୁ ପଳେଇ ଆସିବେ। ହେଲେ ସେମାନଙ୍କୁ ଜଣା ନାହିଁ ଯେ ଏ ସରକାର ଯିବାର ନାହିଁ। ଯଦି ସେମାନେ ସୁଧୁରିବେ ନାହିଁ. ସରକାରକୁ ଅପଦସ୍ତ କରିବାକୁ ଚେଷ୍ଟା କରିବେ. ତାହେଲେ ରାଜସ୍ବ ବିଭାଗ ପାଖରେ ବହୁତ ଅସ୍ତ୍ର ଅଛି ସେମାନଙ୍କୁ ଶିକ୍ଷା ଦେବା ପାଇଁ। ସେତେବେଳକୁ ସେମାନେ ସମ୍ଭାଳିବା ପାରିବେ ନାହିଁ।
ଅମଲା ଆନେ୍ଦାଳନ ପଛରେ ବିଜେଡି ; ମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











