ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ ରଘୁବର ଦାସ । ମେଣ୍ଟ ଚର୍ଚ୍ଚା ଭିତରେ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ । ଅମିତଶାହଙ୍କ ଦିଲ୍ଲୀ ବାସଭବନରେ ଭେଟିଲେ ରଘୁବର ଦାସ । ଏ ନେଇ ଏକ୍ସରେ ସୂଚନା ଦେଲେ ରଘୁବର ଦାସ । ଅନ୍ୟପଟେ ବିଜେଡି- ବିଜେପି ମେଣ୍ଟ ସସପେନ୍ସ ଭିତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ରାଜ୍ୟ ବିଜେପିର ବୈଠକ ବସିଥିବା ସୂଚନା ମିଳିଛି । ଧର୍ମେନ୍ଦ୍ରଙ୍କ ସରକାରୀ ବାସଭବନରେ ବୈଠକ ହେଉଥିବା କୁହାଯାଉଛି । ବୈଠକରେ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସାଂସଦ ଜୁଏଲ ଓରାମ, ରାଜ୍ୟ ସଭାପତି ମନମୋହନ ସାମଲ, ମାନସ ମହାନ୍ତି, ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଥିବା ସୂଚନା ମିଳିଛି । ସମ୍ଭାବ୍ୟ ମେଣ୍ଟ ଓ ସିଟ୍ ଦ୍ୱନ୍ଦ୍ୱ ଦୂର ପାଇଁ ବୈଠକରେ ଆଲୋଚନା ହେଉଥିବା ଚର୍ଚ୍ଚା ହେଉଛି ।
Views: 93











