ନୂଆଦିଲ୍ଲୀ: ମଦ ନୀତି ମାମଲାରେ ଗତକାଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ କରିଛି ଇଡି । ଇଡି ଅଧିକାରୀ କେଜ୍ରିଓ୍ବାଲଙ୍କ ଘରେ ୧୦ ସମନ ଧରି ପହଞ୍ଚିବା ସହ ତାଙ୍କୁ ପଚରାଉଚରା କରିଥିଲେ । ପ୍ରାୟ ଦୁଇ ଘଣ୍ଟାର ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇଛି । ତେବେ ଗିରଫଦାରୀକୁ ବିରୋଧ କରି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛି ଆମ ଆଦମୀ ପାର୍ଟି । ମାମଲାର ତ୍ବରିତ ଶୁଣାଣି ପାଇଁ ଆମ ଆଦମୀ ପାର୍ଟି ସୁପ୍ରିମକୋର୍ଟରେ ଆବେଦନ କରିଛି । ଇଡି ଅଧିକାରୀ ପ୍ରାୟ ୨ ଘଣ୍ଟା କେଜ୍ରିଓ୍ବାଲଙ୍କୁ ତାଙ୍କ ଘରେ ପଚରାଉଚରା କରିଥିଲା । ଏହି ସମୟରେ ଇଡି ଯୁଗ୍ମ ନିର୍ଦ୍ଦେଶକ କପିଲ ରାଜ ମଧ୍ୟ ଉପସ୍ଥିତ ଥିଲେ । ପିଏଲଏଲଏ ଧାରା ୫୦ ଅନୁସାରେ କେଜ୍ରିଓ୍ବାଲଙ୍କ ବୟାନ ରେକର୍ଡ କରାଯାଇଛି । ସୂଚନାଯୋଗ୍ୟ, ୯ଟି ସମନ ଦେବା ପରେ ଆଜି ୧୦ ସମନ ଦେବାକୁ ପହଞ୍ଚି ଥିଲା ଇଡି । ଇଡି ଅଧିକାରୀ କେଜ୍ରିଓ୍ବାଲଙ୍କ ବାସଭବନରେ ପହଞ୍ଚି ତାଙ୍କୁ ପଚରାଉଚରା କରିବା ସହ ଘରର ଯାଞ୍ଚ କରିଥିଲେ । ଏହାପରେ ଇଡି ଅଧିକାରୀ କେଜ୍ରିଓ୍ବାଲଙ୍କୁ ଗିରଫ କରିଛନ୍ତି ।
ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ ପରେ ସୁପ୍ରିମକୋର୍ଟ ଗଲା ଆପ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











