ଇମ୍ଫାଲ: ଅଶାନ୍ତ ହେଉଛି ମଣିପୁର । ବଢିଲା ମଣିପୁର ଟେନସନ୍ । ରାଜ୍ୟର ବିଭିନ୍ନ ସ୍ଥାନରେ ସେନା କରିଛି ଫ୍ଲାଗମାର୍ଚ୍ଚ । ରାଜ୍ୟର ୮ଟି ଜିଲ୍ଲାରେ କର୍ଫ୍ୟୁ ଜାରି କରାଯାଇଥିବାବେଳେ ଇମ୍ଫାଲ, ଚୁରାଚାନ୍ଦପୁର ଓ କାଙ୍ଗପୋକପିରେ ସ୍ଥିତି ଅତି ଉତ୍ତେଜନାପ୍ରବଣ ରହିଛି । ସାରା ରାଜ୍ୟରେ ଇଣ୍ଟରନେଟ ସେବାକୁ ରଦ୍ଦ କରାଯାଇଛି । ହିଂସା ରୋକିବା ଲାଗି ଆର୍ମି ଓ ଆସାମ ରାଇଫଲ ଯବାନଙ୍କୁ ମୁତୟନ କରାଯାଇଛି । ତେଣେ ଇମ୍ଫାଲରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ । ବାୟୁସେନାର ସ୍ବତନ୍ତ୍ର ବିମାନରେ ସେମାନେ ପହଞ୍ଚିଛନ୍ତି । ତେଣେ ଦିଲ୍ଲୀରେ ମଣିପୁରୀ ଆଦିବାସୀ କରିଛନ୍ତି ବିକ୍ଷୋଭ । ସେନା ଶିବିରରେ ପ୍ରାୟ ୪ ହଜାର ବିପନ୍ନଙ୍କୁ ଆଶ୍ରୟ ଦିଆଯାଇଛି । ଅଣ ଆଦିବାସୀ ସମ୍ପ୍ରଦାୟ କୁହାଯାଉଥିବା ମେଇତି ସମ୍ପ୍ରଦାୟ ପକ୍ଷରୁ ଆଦିବାସୀ ମାନ୍ୟତା ଦାବି କରାଯିବା ପରେ ତାତିଛି ମଣିପୁରର ନିଖିଳ ଆଦିବାସୀ ଛାତ୍ର ସଂଘ ବା ଏଟିଏସୟୁଏମ । ମଣିପୁରର ମୋଟ ଜନସଂଖ୍ୟାର ୫୩ ପ୍ରତିଶତ ହେଉଛନ୍ତି ମେଇତି ସମ୍ପ୍ରଦାୟ । ମାତ୍ର ସେମାନେ ରାଜ୍ୟର ମୋଟ ୧୦ ପ୍ରତିଶତ ଅଞ୍ଚଳରେ ସୀମାବଦ୍ଧ ରହିଛନ୍ତି । ବେଆଇନ ମିଆଁମାର ଓ ବାଂଲାଦେଶୀ ନାଗରିକଙ୍କ ଅନୁପ୍ରବେଶକୁ ବି ବିରୋଧ କରୁଛନ୍ତି ମେଇତି ସମ୍ପ୍ରଦାୟ । ବର୍ତ୍ତମାନର ନିୟମ ଅନୁସାରେ ରାଜ୍ୟର ପାର୍ବତ୍ୟାଞ୍ଚଳରେ ବସବାସ ଲାଗି ମେଇତିମାନଙ୍କୁ ଅନୁମତି ଦିଆଯାଇନାହିଁ । ତେବେ ରାଜ୍ୟର ୯୦ ପ୍ରତିଶତ ଅଞ୍ଚଳରେ ଆଦିବାସୀମାନେ ବସବାସ କରୁଥିବାବେଳେ ମେଇତିମାନେ ୬୦ ଆସନ ବିଶିଷ୍ଟ ବିଧାନସଭାରେ ଦୁଇ ତୃତୀୟାଂଶ ଆସନ ହାସଲ କରିଛନ୍ତି ।
ଅଶାନ୍ତ ମଣିପୁରରେ ସେନାର ଫ୍ଲାଗମାର୍ଚ୍ଚ ଓ ଇଣ୍ଟରନେଟ ସେବା ରଦ୍ଦ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...







