ଭୁବନେଶ୍ୱର : ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟକୁ ବନ୍ଦ ପାଇଁ ନିଦେ୍ର୍ଦଶ । ସମସ୍ତ ଯାତ୍ରା ମାଲିକଙ୍କୁ ବିଏମସି କମିଶନରଙ୍କ ଚେତାବନୀ । ମର୍ଯ୍ୟାଦା ଭିତରେ ରହି ଯାତ୍ରା ପରିବେଷଣ କରିବାକୁ ନିଦେ୍ର୍ଦଶ । ନିୟମ ଉଲ୍ଲଘଂନ କଲେ ନିଆଯିବ କଡ଼ା କାର୍ୟ୍ୟାନୁଷ୍ଠାନ । ଗାଇଡଲାଇନ ଅନୁସାରେ ପରିବେଷଣ ପାଇଁ ସବୁ ଯାତ୍ରା କମିଟିଙ୍କୁ ଅବଗତ କରାଯାଇଥିବା କହିଛନ୍ତି ବିଏମସି କମିଶନର ରାଜେଶ ପ୍ରଭାକାର ପାଟିଲ ।
କିଛିଦିନ ପୂର୍ବରୁ ଭଦ୍ରକରେ ଏଭଳି ଏକ ଘଟଣା ଘଟିଥିଲା । ଯାତ୍ରାରେ ଅଶ୍ଲୀଳ ନାଚକୁ ବିରୋଧ ହୋଇଥିଲା । ଯାତ୍ରାରେ ମେଲୋଡି ମଝିରେ ଜୋତା ଫିଙ୍ଗିଥିଲେ ମହିଳା । କିଛି ସମୟ ପାଇଁ ଯାତ୍ରା ବନ୍ଦ ହୋଇଥିଲା । କାଳୀପୂଜା ଉପଲକ୍ଷେ ଭଦ୍ରକ ଜିଲ୍ଲାରେ ଯାତ୍ରା ପରିବେଷଣ ହେଉଥିଲା । ବେଶ କିଛି ସମୟ ପାଇଁ ବନ୍ଦ ହୋଇଥିଲା ଯାତ୍ରା ଆୟୋଜକ କମିଟି ସଦସ୍ୟ ବହୁ ବୁଝାସୁଝା ପରେ ଯାତ୍ରା ଆୟୋଜିତ ହୋଇଥିଲା ।
Views: 20