ଭୁବନେଶ୍ୱର : ଅସମ୍ଭାଳ ତାତି । ଆକାଶରୁ ବର୍ଷିବ ନିଆଁ । ଆସନ୍ତା ୫ ଦିନ ରାଜ୍ୟରେ ହେବ ପ୍ରଚଣ୍ଡ ଖରା । ଆଜି ଓ କାଲି ପ୍ରଚଣ୍ଡ ଖରା ପାଇଁ ରେଡ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସଭିୟରରୁ ସିଭିୟର ହିଟ୍ଓ୍ବେଭ୍ ପାଇଁ ୯ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ବାଲେଶ୍ବର, ମୟୂରଭଞ୍ଜ, ଢେଙ୍କାନାଳ, ଝାରୁସୁଗୁଡା, ଗଞ୍ଜାମ, ଗଜପତି, ବଲାଙ୍ଗିର, ନୂଆପଡା ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କ କରାଯାଇଛି । ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ୧୮ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ୪୫ ରୁ ୪୮ ଡିଗ୍ରୀ ଛୁଇଁବ ତାପମାତ୍ରା। ଦିନ ୧୧ଟାରୁ ଅପରାହ୍ନ ୩ଟା ଯାଏଁ ପିକ୍ ଆଓ୍ବାର ଘୋଷଣା । ୨୭ ତାରିଖରେ ମଧ୍ୟ ରାଜ୍ୟରେ ଏକ ଅସହ୍ୟ ପାଣିପାଗ ସ୍ଥିତି ଉପୁଜିବ। ଏଥିପାଇଁ ୧୫ଟି ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ୨୮ ଏବଂ ୨୯ ତାରିଖରେ ମଧ୍ୟ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏଥିପାଇଁ ୩୦ଟି ଯାକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୩୦ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ହେଲେ ମଧ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିବ। ଶିଶୁ, ବୟସ୍କ, ରୋଗୀ ଓ ଗର୍ଭବତୀଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ । ସାରା ରାଜ୍ୟରେ ଏବେ ପ୍ରଚଣ୍ଡ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ମେ ଦ୍ବିତୀୟ ସପ୍ତାହ ପର୍ୟ୍ୟନ୍ତ ତାତିରୁ ନିସ୍ତାର ମିଳିବ ନାହିଁ ।
ଅସମ୍ଭାଳ ତାତି, ଆକାଶରୁ ଖସୁଛି ନିଆଁ : ଆଜି ଓ କାଲି ରେଡ୍ ୱାର୍ଣ୍ଣିଂ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











