ପୁରୀ : ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର । ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ କ୍ୟାମେରା ଯୁକ୍ତ ଚଷମା । ପଶ୍ଚିମ ଦ୍ୱାର ନିକଟରୁ ଧରାପଡିଲା ହିଡେନ କ୍ୟାମେରା । ଚଷମାରେ ହିଡେନ କ୍ୟାମେରା ଲଗାଇ ପ୍ରବେଶ କରିଥିଲେ । ପଶ୍ଚିମଦ୍ବାର ଦେଇ ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ଯିବା ପୂର୍ବରୁ ଜନୈକ ଭକ୍ତଙ୍କୁ ଅଟକ କଲେ ସୁରକ୍ଷାକର୍ମୀ । ଅଟକ ଭକ୍ତ ହେଉଛନ୍ତି ପଶ୍ଚିମବଙ୍ଗର ପ୍ରୀତିଶ ପାଲ୍ । ସିଂହଦ୍ଵାର ଥାନାରେ ଅଟକ ଅଛନ୍ତି । ଚଷମା ସହ ଫିଟିଂ କରିଥିଲେ ହିଡେନ୍ କ୍ୟାମେରା ।
ସେହିପରି ଗତକାଲି ଗୁଜୁରାଟର ଜଣେ ଭକ୍ତ ଶ୍ରୀମନ୍ଦିର ଭିତରକୁ ହିଡେନ୍ କ୍ୟାମେରା ନେଇ ଧରାପଡିଥିଲେ। ଗିରଫ ବ୍ୟକ୍ତି ପୁରୀର ଏକ ହୋଟେଲରେ ଅବସ୍ଥାନ କରିବା ସହ ହୋଟେଲରେ ଥିବା ମୋବାଇଲ ଫୋନ୍ ଦ୍ଵାରା ହିଡେନ କ୍ୟାମେରା ଅପରେଟ କରିଥିଲେ । ସେ ଅଗଷ୍ଟ ୩ ତାରିଖରୁ ଉକ୍ତ ହୋଟେଲରେ ରହୁଥିଲେ । ଗତକାଲି ସିଂହଦ୍ଵାର ଥାନା ସବ ଇନ୍ସପେକ୍ଟର ଓ ଜେଟିପି ପୋଲିସ ତାଙ୍କୁ ଚିହ୍ନଟ କରି ଶ୍ରୀମନ୍ଦିର ସିଂହଦ୍ଵାର ଥାନା ପୋଲିସର ଜିମା ଦେଇଥିଲେ । ୧୦ ଦିନ ମଧ୍ୟରେ ତିନିଜଣଙ୍କ ଠାରୁ ହିଡେନ୍ କ୍ୟାମେରା ଜବତ ହୋଇସାରିଲାଣି ।
ଅସୁରକ୍ଷିତ ପୁରୀ ଶ୍ରୀମନ୍ଦିର : ପୁଣି ଧରାହେଲା ହିଡେନ କ୍ୟାମେରା

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...