ଜଗତସିଂହପୁର : ଉତ୍ତରପ୍ରଦେଶ ଗାଜିଆବାଦ ଜିଲ୍ଲାର ଆଇନଜୀବି ମନୋଜ ଚୌଧୁରୀଙ୍କ ହତ୍ୟା ଘଟଣାର ପ୍ରତିବାଦ ସ୍ବରୂପ ଜଗତସିଂହପୁର ଜିଲ୍ଲା ଓକିଲ ସଂଘ ପକ୍ଷରୁ ଏକ ଶାନ୍ତିପୂର୍ଣ୍ଣ ପ୍ରତିବାଦ ସଭା କରାଯାଇଥିଲା । ଜଣେ ଆଇନଜିବୀଙ୍କୁ ଚାମ୍ବର ଭିତରେ ଅମାନୁଷିକ ଭାବେ ହତ୍ୟା ଘଟଣାକୁ ଓକିଲ ସଂଘ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଥିଲା । ଏଥିସହିତ ସଂପୃକ୍ତ ଦୋଷୀ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଆଇନଜୀବି ମାନଙ୍କ ସୁରକ୍ଷା ପାଇଁ ଆଇନ ପ୍ରଣୟନ ନିମନ୍ତେ ଦାବି କରାଯାଇଥିଲା । ପରେ ପରେ ଓକିଲମାନେ ଜିଲ୍ଲା କୋର୍ଟ ପରିସରରୁ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ପହଞ୍ଚି ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ । ଏହି କାର୍ୟ୍ୟକ୍ରମରେ ସଂଘ ସଭାପତି ଦେବେନ୍ଦ୍ରନାଥ ସ୍ବାଇଁ, ଉପସଭାପତି ସରୋଜ କୁମାର ବିଶ୍ବାଳ, ସଂପାଦକ ନରେଶ ଦାସ, ଯୁଗ୍ମ ସମ୍ପାଦକ ଜ୍ଞାନ ରଞ୍ଜନ ମହାନ୍ତି, କୋଷାଧ୍ୟକ୍ଷ ଦୁର୍ୟୋଧନ ରାଉତ, କାର୍ୟ୍ୟକାରିଣୀ ସଦସ୍ୟ ପ୍ରତାପ ପଣ୍ଡା, ପ୍ରକାଶ ରାୟ, ବରିଷ୍ଠ ଆଇନଜୀବି ରବିନ୍ଦ୍ରନାଥ ମହାନ୍ତି,ସହିତ ଶତାଧିକ ଆଇନଜିବୀ ଯୋଗ ଦେଇଥିଲେ ।
ଆଇନଜୀବିଙ୍କୁ ହତ୍ୟା : ଓକିଲ ସଂଘର ଶାନ୍ତିପୂର୍ଣ୍ଣ ପ୍ରତିବାଦ ଓ ଦାବିପତ୍ର ପ୍ରଦାନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











